ସୂର୍ଯ୍ୟମୁଖୀ ଚାଷକୁ ମିଳୁନି ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୨ା୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ। ପ୍ରଥମ ବର୍ଷର ଅଭିଜ୍ଞତା ସେମାନଙ୍କୁ ପରିପକ୍ୱ କରିବା ସହିତ ମାଆ ମଙ୍ଗଲ ଗୋଷ୍ଠୀର ସୂର୍ଯ୍ୟମୁଖୀ ତେଲ ସ୍ଥାନୀୟ ବଜାରରେ ଆଦୃତି ଲାଭ କରିଛି। ତେବେ ତାଲିମ ଓ ପ୍ରେତ୍ସାହନର ଅଭାବ ଯୋଗୁ ଏହି ଅର୍ଥକାରୀ ଫସଲ ପ୍ରତି ଜିଲାର ଚାଷୀମାନେ ବିଶେଷ ଆଗ୍ରହ ପ୍ରକାଶ କରିନାହାନ୍ତି। ରବି ଫସଲ ସମୟରେ ହେଉଥିବା ଏହି ଚାଷକୁ ଯୋଜନାବଦ୍ଧ ଭାବେ ପ୍ରୋତ୍ସାହିତ କଲେ କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ସହିତ ଜିଲା ଅର୍ଥନୀତି ବେଶ ପ୍ରଭାବିତ ହେବ ବୋଲି ଚାଷୀ ଓ ବୁଦ୍ଧଜୀବୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଆଶିଷ କୁମାର ସେନାପତି କହିଛନ୍ତି, ଦେଶରେ ଗତ କିଛିଦିନ ହେବ ଖାଇବା ତେଲର ଦାମ ଲଗାତର ବୃଦ୍ଧି ପାଇଛି। ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ପରେ ଖାଇବା ତେଲ ଦରକୁ ନେଇ ସାଧାରଣ ଲୋକେ ଚିନ୍ତରେ ପଡିଛନ୍ତି। ୟୁକ୍ରେନ ଓ ରୁଷିଆରୁ ସୂର୍ଯ୍ୟମୁଖୀ ତେଲ ଆମଦାନୀ ଏକ ପ୍ରକାର ବନ୍ଦ ପରେ ଭାରତ ମାଲେସିଆ ଓ ଇଣ୍ଡୋନେସିଆରୁ ପାମ୍‌ ତେଲ ଆମଦାନୀକୁ ଗୁରୁତ୍ୱ ଦେଇଛି। ତେବେ ମାଲେସିଆ ସରକାର ପାମ୍‌ ତେଲ ଦର ବୃଦ୍ଧି କରିଥିବା ବେଳେ ଇଣ୍ଡୋନେସିଆ ତେଲ ରପ୍ତାନୀ ଉପରେ କଟକଣା କରିଛନ୍ତି। ଏହାର ନିରାକରଣ ପାଇଁ ୧୯୬୮ରେ ତତ୍କାଳିନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ ସବୁଜ ବିପ୍ଲବ ପାଇଁ ଆହ୍ବାନ ଦେଇଥିଲେ। ଏହି ବିପ୍ଲବ ପାଇଁ ଭାରତ ଆଜି ଗହମ ରପ୍ତାନି କ୍ଷେତ୍ରରେ ଅଗ୍ରଗତି କରୁଛି। ତେଲ ଅଭାବର ମୁକାବିଲା ପାଇଁ ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ଆବଶ୍ୟକ। କେନ୍ଦ୍ରାପଡ଼ା ଜିଲାରେ ଏଥିପାଇଁ ପାଣି, ପବନ ଓ ମାଟି ଥିବା ବେଳେ ତାଲିମ ଓ ସରକାରୀ ପ୍ରୋତ୍ସାହନର ଅଭାବ ଅଛି। ଗରଦପୁର ପଞ୍ଚାୟତ ପତିସାହିର ପବିତ୍ର କାପ କୁହନ୍ତି, ୨୦୧୫ରେ ଗରଦପୁର ବ୍ଲକର ୪ ପଞ୍ଚାୟତରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୩୦ ହେକ୍ଟର ଜମିରେ ପରୀକ୍ଷାମୂଳକ ଭାବେ ସୂର୍ଯ୍ୟମୁଖୀ ଚାଷ ହୋଇଥିଲା। ଅମଳ ମଧ୍ୟ ଭଲ ହୋଇଥିଲା। ତେବେ ବଜାରର ଅଭାବ ଏହି ଚାଷ ପ୍ରତି ବିତୃଷ୍ଣା ଭାବ ସୃଷ୍ଟି କରିଛି। କୃଷକ ନେତା ରଶ୍ମୀରଞ୍ଜନ ଚୌଧୁରୀ କହିଛନ୍ତି, ଜିଲା ବାର୍ଷିକ ଯୋଜନାରେ ସିଂହ ଭାଗ ଅର୍ଥ କୃଷିକ୍ଷେତ୍ରରେ ନିୟୋଜିତ ହେବ ବୋଲି ଅଟକଳ କରାଯାଉଛି। ତେବେ ଏହା ବାସ୍ତବ କ୍ଷେତ୍ରରେ ଦେଖାଯାଉନାହିଁ। ଜଳ ପରିଚାଳନାକୁ ସୁଦୃଢ଼ କରି ପାରିଲେ ସୂର୍ଯ୍ୟମୁଖୀ ଚାଷ ପାଇଁ କେନ୍ଦ୍ରାପଡ଼ା ଜିଲା ଉଦାହରଣ ପାଲଟିବ। ଜିଲାରେ ଏହି ଚାଷ ପାଇଁ ପ୍ରାୟ ୪୦ ହଜାର ହେକ୍ଟର ଜମି ଉପଯୁକ୍ତ ଅଛି। ସୂର୍ଯ୍ୟମୁଖୀ ମଞ୍ଜିରେ ସାଧାରଣରେ ପ୍ରାୟ ୫୫ ପ୍ରତିଶତ ତେଲ ଆଦାୟ ହେବ। ଏହି ତେଲ ବାହାର କରିବା ପାଇଁ କ୍ଷୁଦ୍ର ଶିଳ୍ପ ଗଢ଼ି ଉଠିବ। ତେବେ ଏଥିପାଇଁ କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର, ସ୍ଥାନୀୟ ଅଞ୍ଚଳର ରାଜନେତା, ପ୍ରଶାସକଙ୍କ ସହିତ ଏନ୍‌ଜିଓ, ପାଣି ପଞ୍ଚାୟତ, ଫାର୍ମର୍ସ କ୍ଲବ ଆଦିଙ୍କ ସହଯୋଗ ଆବଶ୍ୟକ। ଏସ୍‌ଏସ୍‌ଜି ସଦସ୍ୟାଙ୍କୁ ବହୁଳ ମାତ୍ରାରେ ନିୟୋଜନ ସୂର୍ଯ୍ୟମୁଖୀ ତେଲ ଉପତ୍ାଦନରେ ବିପ୍ଲବ ଆଣିପାରିବ। ସେହିପରି ଆତ୍ମା ମାଧ୍ୟମରେ ତାଲିମ ଓ ସରକାରୀ ଅନୁଦାନ ଏହି ଚାଷକୁ ଆଗକୁ ନେଇ ପାରିବ।
ଏ ସମ୍ପର୍କରେ ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଦେବଦାସ ଦତ୍ତ ଓ କେଭିକେ ମୁଖ୍ୟ ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟନାରାୟଣ ମିଶ୍ର କହିଛନ୍ତି, ସୂର୍ଯ୍ୟମୁଖୀ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହୋଇଛି। ଆତ୍ମା ମାଧ୍ୟମରେ ତାଲିମ ସହ ରାଜ୍ୟର ୧୧୮ଟି ଗୋଦାମ ଗୃହ ନିର୍ମାଣ କରି ଏପରି ଫସଲ ସଂଗ୍ରହ କରିବାକୁ ଯୋଜନା ହୋଇଛି। ଚାଷୀ ଚଳିତ ବର୍ଷ ଏହାର ଫାଇଦା ପାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri