ମିଳୁନି ନ୍ୟାୟ:୧୦ମ ଦିନରେ ଯୁବତୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୧୨ା୮:ବ୍ରହ୍ମପୁର ଦେଶୀବେହେରା ସାହିସ୍ଥିତ ପ୍ରେମିକଙ୍କ ଘର ଆଗରେ ଜଣେ ଯୁବତୀ ତାଙ୍କ ଦେଢ଼ ବର୍ଷର ଶିଶୁପୁତ୍ରକୁ ଧରି ବର୍ଷା କାକରରେ ୧୦ ଦିନ ହେଲା ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି। ପ୍ରେମିକ ତାଙ୍କୁ ବିବାହ କରି ପୁଅକୁ ବାପାଙ୍କ ପରିଚୟ ଦେବା ନେଇ ଧାରଣା ଜାରି ରହିଛି। କିନ୍ତୁ ୧୦ଦିନ ହୋଇଥିଲେ ମଧ୍ୟ ସମାଧାନର ବାଟ ଫିଟୁନି।
ପ୍ରକାଶ ଯେ, ଯୁବତୀ ଜଣକ ତାଙ୍କ ପ୍ରେମିକ ଦିନେଶ ସାହୁଙ୍କୁ ବିବାହ କରିବାକୁ ଜିଦ୍‌କରି ଏଭଳି ଧାରଣା ଦେଇଛନ୍ତି। ଗୁରୁବାର ଅପରାହ୍ନରେ ଦିନେଶଙ୍କ ପରିବାର ଲୋକଙ୍କ ସହ କୌଣସି କଥାକୁ ନେଇ ସାମାଜିକକର୍ମୀ ପ୍ରମିଳା ତ୍ରିପାଠୀଙ୍କର କଥା କଟାକଟି ହୋଇଥିଲା। ଫଳରେ ସାହିବାସିନ୍ଦା ସେଠାରେ ରୁଣ୍ଡ ହେବାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ଖବର ପାଇ ବଡବଜାର ଥାନା ପୋଲିସ ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାଶୁଝା କରିଥିଲା। ପରେ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ବର୍ତ୍ତମାନ ଉକ୍ତ ମାମଲାଟି କୋର୍ଟରେ ବିଚାରାଧୀନ ଥିବାରୁ ପୋଲିସ ଏ ସମ୍ପର୍କରେ ଅଧିକ ତଥ୍ୟ ଦେବାକୁ ମନା କରିଦେଇଛି। ଅନ୍ୟପଟେ ଉଭୟ ପକ୍ଷଙ୍କୁ ସେଠାରେ ଝଗଡା ନ କରି ଶାନ୍ତି ବଜାୟ ରଖିବାକୁ କହିଛି। ପରେ ସାମାଜିକକର୍ମୀ ପ୍ରମିଳା ଦେଶୀବେହେରା ସାହିକୁ ଫେରି ଯୁବତୀଙ୍କ ସହ ଧାରଣାରେ ବସିଛନ୍ତି। ବ୍ରହ୍ମପୁର ବଡ଼ବଜାର ଥାନା ପକ୍ଷରୁ ସେଠାରେ ପୋଲିସ ନିୟୋଜିତ କରାଯାଇଛି।
ପ୍ରକାଶଯେ, ଯୁବତୀଙ୍କ ଅଭିଯୋଗକ୍ରମେ, ପ୍ରାୟ ୨ ବର୍ଷ ତଳେ ଦିନେଶଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ସେ ବିବାହ ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ଜଣଙ୍କ ଗର୍ଭବତୀ ହେବା ଜାଣିବା ପରେ ବିବାହ କରିବାକୁ କହିବାରୁ ସେ ରାଜି ହୋଇ ନ ଥିଲେ। ଏନେଇ ପୀଡ଼ିତା ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ। ଦିନେଶଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ମାମଲା କୋର୍ଟରେ ବିଚାରାଧୀନ ଥିବା ବେଳେ ଦିନେଶ ସର୍ତ୍ତମୂଳକ ଜାମିନରେ ମୁକୁଳିଛନ୍ତି। ଏହାମଧ୍ୟରେ ପୀଡିତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ତା’ର ଡିଏନ୍‌ଏ ପରୀକ୍ଷା ମଧ୍ୟ କରାଯାଇଥିବା ସୂଚନା ମିଳିଛି। ତେବେ ଦିନେଶ ଆଉ ଜଣଙ୍କୁ ବିବାହ କରିବାକୁ ଯାଉଥିବା ଖବର ପାଇ ପୀଡ଼ିତା ଆଜକୁ ୧୦ ଦିନ ତଳେ ତାଙ୍କ ଘରେ ପହଞ୍ଚି ଶିଶୁପୁତ୍ରକୁ ନ୍ୟାୟ ଦେବାକୁ ଦାବି କରିଥିଲେ। କିନ୍ତୁ ଦିନେଶଙ୍କ ପରିବାର ଲୋକେ ତାଙ୍କୁ ଘରୁ ବାହାର କରି ଦେଇଥିଲେ। ତେଣୁ ସେ ନ୍ୟାୟ ଦାବିରେ ସେହିଦିନଠାରୁ ତାଙ୍କ ଘର ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri