‘ଭୂମି ନାହିଁ ତ ଭୋଟ ନାହିଁ’

ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବସ୍ତି ଏକତା ମଞ୍ଚ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ଧାରଣାସ୍ଥଳରେ ପହଞ୍ଚତ୍ଥିଲା। ସେଠାରେ ଆୟୋଜିତ ପ୍ରତିବାଦ ସଭାରେ ମଞ୍ଚର ରାଜ୍ୟ ସଭାପତି ଶେଖ୍‌ ଅବଦୁଲ୍ଲା ସଭାପତିତ୍ୱ କରି କହିଲେ, ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ୨୦୨୨ ସୁଦ୍ଧା ରାଜ୍ୟର ସମସ୍ତ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ଅଧିକାର ପ୍ରମାଣ ପତ୍ର ମିଳିବା କଥା। ହେଲେ ତାହା ହୋଇନାହିଁ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଘୋଷଣାକୁ ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ‘ପଟ୍ଟା’ ସମ୍ପର୍କିତ ଆଇନ ପାସ୍‌ କରିବା ଦାବି ରହିଥିତ୍ବା ମଞ୍ଚର ସାଧାରଣ ସମ୍ପାଦକ ହେମେନ୍ଦ୍ର ସାମଲ କହିଛନ୍ତି। ତେବେ ଦାବି ପୂରଣ ନ ହେଲେ ବସ୍ତିବାସିନ୍ଦା ଆସନ୍ତା ନିର୍ବାଚନରେ ଭୋଟ୍‌ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। କଟକ ସହରରୁ ବିଭିନ୍ନ ବସ୍ତି ଉଚ୍ଛେଦ କରାଯାଇ ସେମାନଙ୍କୁ କାଠଯୋଡ଼ି ଓ ମହାନଦୀ କୂଳରେ ଥଇଥାନ କରାଯାଉଛି। ସେମାନଙ୍କ ଧନଜୀବନ ସୁରକ୍ଷା ପାଇଁ ଘେରିବନ୍ଧର ଆବଶ୍ୟକତା ରହିଥିତ୍ବା ମଞ୍ଚ ପକ୍ଷରୁ କୁହାଯାଇଛି। କଟକର ଅନ୍ୟାନ୍ୟ ବସ୍ତିରେ ଲାଗିରହିଥିତ୍ବା ସମସ୍ୟାର ତୁରନ୍ତ ସମାଧାନ ସହ ରାଉରକେଲା, ବାଲେଶ୍ୱର, ବାରିପଦା, ଭଦ୍ରକ, ସମ୍ବଲପୁର, ଅନୁଗୁଳ, ପୁରୀ, ଭୁବନେଶ୍ୱର ଓ କେନ୍ଦ୍ରାପଡ଼ା ଆଦି ସହରର ଭୂମିହୀନଙ୍କୁ ଜମି ଅଧିକାର ପ୍ରମାଣ ପତ୍ର ପ୍ରଦାନ ସହ ପକ୍କାଘର ପ୍ରଦାନ ପାଇଁ ଦାବି କରାଯାଇଛି। ବିକ୍ଷୋଭ ପରେ ମଞ୍ଚର ସଭାପତିଙ୍କ ନେତୃତ୍ୱରେ ଏକ ୫ ଜଣିଆ ପ୍ରତିନିଧି ଦଳ ରାଜସ୍ବମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?