Posted inଜାତୀୟ

ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ମିଳିଲାନି

ନୂଆଦିଲ୍ଲୀ,୧୭।୧୦: ସମଲିଙ୍ଗୀ ବିବାହ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ପ୍ରକାଶ କରିଛନ୍ତି। ରାୟରେ ସମଲିଙ୍ଗୀ ବିବାହ ଆଇନଗତ ଭାବେ ମାନ୍ୟତା ମିଳିବ ନାହିଁ ବୋଲି ସୁପ୍ରିମକୋର୍ଟ କହିବା ସହ ଦମ୍ପତି ୨ ପୋଷ୍ୟ ସନ୍ତାନ ଗ୍ରହଣ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି। ସମଲିଙ୍ଗୀ ଦମ୍ପତିଙ୍କ ସମସ୍ୟାର ସମାଧାନ ପାଇଁ ସରକାର ଏକ କମିଟି ଗଠନ କରିପାରନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି । ଜଷ୍ଟିସ ସଞ୍ଜୟ କିଶନ କୌଲ, ଜଷ୍ଟିସ ହିମା କୋହଲି, ଜଷ୍ଟିସ ଏମ ରବିନ୍ଦ୍ର ଭଟ ଏବଂ ଜଷ୍ଟିସ ପିଏସ ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ସମଲିଙ୍ଗୀ ବିବାହର ବେଧୀକରଣ ମାମଲାର ୧୦ ଦିନ ଧରି ଶୁଣାଣି କରିବା ପରେ ଏହାର ରାୟ ସଂରକ୍ଷିତ ରଖିବା ପରେ ମଙ୍ଗଳବାର ଏହାର ରାୟ ପ୍ରକାଶ କରିଛନ୍ତି। ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ସପକ୍ଷରେ ସିଜେଆଇ ଡି.ଓ୍ବାଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ କୌଲ ଥିବାବେଳେ ଜଷ୍ଟିସ କୋହଲି, ଜଷ୍ଟିସ ଭଟ ଏବଂ ଜଷ୍ଟିସ ନରସିଂହଙ୍କ ଭିନ୍ନ ମତ ରହିଥିଲା॥ ଏହିପରି ଭାବରେ ମାମଲା ୩-୨ରେ ଥିଲା। ଏହି ସମୟରେ ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri