ମଞ୍ଚରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି’ ଗୀତ

ଖଣ୍ଡପଡ଼ା,୬ା୧୧(ସ୍ବ.ପ୍ର.): ଭଜନ ମଣ୍ଡପରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି, ହାତ ଧରି ମୋତେ କରିଦେ ପାରି..’ ଗୀତ। ଜୀବନବ୍ୟାପୀ ଜଗନ୍ନାଥ ସଙ୍ଗୀତର ସଫଳ ସାଧକ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦ ଆଉ ନାହାନ୍ତି। ଗୁରୁବାର ଭୋର ସମୟରେ ୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ପ୍ରଥମେ ପକ୍ଷାଘାତ, ପରେ କରୋନା ପଜିଟିଭ୍‌ରେ ସଂକ୍ରମିତ ହୋଇ ସେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ଖବର ପାଇ ତାଙ୍କ ପ୍ରଶଂସକ, ଶୁଭେଚ୍ଛୁଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଖଣ୍ଡପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। କଟକ ସତୀଚଉରାଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଜ୍ୟରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମହମ୍ମଦ ଯୋଗଦେଇ ଭଜନ ପରିବେଷଣ କରିବାର କଳାକୁ ମନେ ପକାଉଛନ୍ତି ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ। ତାଙ୍କ ମୃତ୍ୟୁରେ ଖଣ୍ଡପଡ଼ାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ, ସିଦ୍ଧାର୍ଥ ଶେଖର ସିଂହ, ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ବରିଷ୍ଠ ଆଇନଜୀବୀ ମାଧବ ପ୍ରସାଦ ମିଶ୍ର, ବାସୁଦେବ ରଥ, ପୂର୍ବତନ ବିଧାୟିକା ବିଜୟଲକ୍ଷ୍ମୀ ପଟ୍ଟନାୟକ, ସାମାଜିକ କର୍ମୀ ପ୍ରମୋଦ ପଟ୍ଟନାୟକ, ଦୁଷ୍ମନ୍ତ କୁମାର ସ୍ବାଇଁ, ଶିକ୍ଷାବିତ୍‌ ଜଗଦୀଶ ମହାପାତ୍ର, ବରିଷ୍ଠ ସାମ୍ବାଦିକ ମନୋଜ ଦାସଙ୍କ ସମେତ ନୟାଗଡ଼ ଜିଲା କଳାକାର ସଂଘର ସଦସ୍ୟମାନେ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?