Posted inଜାତୀୟ

କେହି ନେଇ ପାରିବେ ନାହିଁ କୃଷକଙ୍କ ଜମି: ରାଜନାଥ ସିଂ

ନୂଆଦିଲ୍ଲୀ,୨୭ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପାଖାପାଖି ଏକ ମାସ ହେବ ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକ ଆନ୍ଦୋଳନ ଜାରି ରଖିଛନ୍ତି । ରବିବାର ହିମାଚଳ ପ୍ରଦେଶ ସରକାରଙ୍କ ୩ ବର୍ଷ ପୁର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ । ଏହି ସମୟରେ ସେ କେନ୍ଦ୍ର ସରକାରଙ୍କ ନୂଆ କୃଷି ନିୟମ କଥା ଉଠାଇଥିଲେ । ଏଥିରେ ସେ କହିଛନ୍ତି କୌଣସି ମା’ର ପୁଅ କୃଷକଙ୍କ ଜମି ଛଡାଇ ନେଇ ପାରିବ ନାହିଁ । ଏହି ବ୍ୟବସ୍ଥା ନୂଆ କୃଷି ଆଇନରେ କରାଯାଇଛି । ଏହାକୁ ନେଇ ଭୁଲ୍ ପ୍ରଚାର କରାଯାଉଛି କି କୃଷକଙ୍କ ଜମି କଣ୍ଟ୍ରାକ୍ଟ ଫାର୍ମିଂ ମାଧ୍ୟମରେ ନିଆଯିବ । ରାଜନାଥ କହିଛନ୍ତି ଯେତେବେଳେ ବି ଦେଶରେ ବ୍ୟାପକ ସୁଧାର କରାଯାଇଛି ଏହାର ପ୍ରଭାବ ଦେଖିବାକୁ କିଛି ସମୟ ଲାଗିଥାଏ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ରରେ ସୁଧାର ଆଣିବାକୁ ଆରମ୍ଭ କରିଛନ୍ତି । ପ୍ରତିରକ୍ଷାମନ୍ତ୍ରୀ କୃଷକଙ୍କୁ ଅନୁରୋଧ କରିଛନ୍ତି କି ବର୍ଷେ ଦେଢ ବର୍ଷ କୃଷି ସୁଧାରକୁ ଦେଖି ନିଅନ୍ତୁ । ଏହି ଐତିହାସିକ କୃଷି ସୁଧାରରେ ସେହି ଲୋକମାନଙ୍କ ଗୋଡ ତଳୁ ମାଟି ଖସିଯାଇଛି, ଯେଉଁମାନେ କୃଷକଙ୍କ ନାଁରେ ନିଜର ସ୍ୱାର୍ଥ ସାଧନ କରୁଥିଲେ । ସେମାନଙ୍କ ଧନ୍ଦା ଶେଷ ହୋଇଯିବ । ସେଥିପାଇଁ ଜାଣିଶୁଣି ଦେଶର କିଛି ଅଞ୍ଚଳରେ ଏକ ଭୁଲ କାହାଣୀ ତିଆରି କରି କହୁଛନ୍ତି କି ଆମ ସରକାର ଏମ୍‌ଏସ୍‌ପି ବ୍ୟବସ୍ଥା ଉଠାଇ ଦେବାକୁ ଚାହୁଁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri