ଯେତେ ଢାଙ୍କିଲେ ବି ଲୁଚୁନାହିଁ

ନୂଆଦିଲ୍ଲୀ,୨୦ା୫: ଭାରତରେ କୋଭିଡ୍‌ ମୃତ୍ୟୁସଂଖ୍ୟା ଲୁଚାଯାଉଥିବା ନେଇ କେବଳ ଦେଶରେ ନୁହେଁ, ବରଂ ବିଦେଶରେ ମଧ୍ୟ ଚର୍ଚ୍ଚା ହେଲାଣି। ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇବାରେ ଲାଗିଛି। ଘାତକ ଭାଇରସ୍‌ର ଦ୍ୱିତୀୟ ଲହର ସୋମବାର ୪,୩୨୯ ସଂକ୍ରମିତଙ୍କ ଜୀବନ ନେଇଥିବାବେଳେ ମଙ୍ଗଳବାର ଦିନକ ମଧ୍ୟରେ ୪,୫୨୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨,୮୩,୨୪୮ରେ ପହଞ୍ଚତ୍ଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଥିବା ଲୋକଙ୍କ ପ୍ରକୃତ ସଂଖ୍ୟା ସରକାରୀ ହିସାବଠାରୁ ଢେର ଅଧିକ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ବିଶେଷକରି ଭାଜପା ଶାସିତ ରାଜ୍ୟଗୁଡ଼ିକରେ ମୃତ୍ୟୁସଂଖ୍ୟା ଲୁଚାଯାଉଥିବା ଅଭିଯୋଗ ହେଉଛି।
ସେପଟେ କ୍ରମବର୍ଦ୍ଧିଷ୍ଣୁ ମୃତ୍ୟୁ ସଂଖ୍ୟାକୁ ଦେଖି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ଭାକ୍ସିନ ଯୋଗାଣ କମୁଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ି ବଢ଼ି ଚାଲିଛି। କେନ୍ଦ୍ର ସରକାର ଲୋକଙ୍କ ଧ୍ୟାନ ହଟାଇବାକୁ ଉଦ୍ୟମ କରୁଛନ୍ତି। ହୋହଲ୍ଲା କରି ସତ ଲୁଚାଇବା ଓ ଅସତ୍ୟ ପ୍ରଚାର କରିବା ସରକାରଙ୍କ ନୀତି ବୋଲି ରାହୁଲ ହିନ୍ଦୀରେ ଟୁଇଟ୍‌ କରିଛନ୍ତି। ଇତିମଧ୍ୟରେ କୋଭିଡ୍‌-୧୯ ରିଲିଫ୍‌ରେ କ’ଣ ଅଗ୍ରଗତି ହୋଇଛି, ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକର ବର୍ତ୍ତମାନ ଅବସ୍ଥା ଏବଂ ଏସବୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗଠିତ ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଇନ୍‌ ଏମର୍ଜେନ୍ସି ସିଚୁଏଶନ୍ସ (ପିଏମ୍‌-କେୟାର୍ସ) ଫଣ୍ଡ୍‌ରୁ ଆବଣ୍ଟିତ ଅର୍ଥର ପରିମାଣ କେତେ ତାହା ଜାଣିବା ପାଇଁ ଦେଶରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏସବୁ ପ୍ରଶ୍ନର ଉତ୍ତର ଦାବି କରି ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦେବା ଲାଗି ନୂଆଦିଲ୍ଲୀର ସାମାଜିକ କର୍ମୀ ସାକେତ ଗୋଖଲେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଛନ୍ତି। କୋଭିଡ୍‌-୧୯ ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ନିଜ ଆଡ଼ୁ ମାମଲା ରୁଜୁ କରିବା ସହ ପିଏମ୍‌-କେୟାର୍ସ ପାଣ୍ଠିକୁ ପକ୍ଷଭୁକ୍ତ କରିବା ପାଇଁ ଇଣ୍ଟରଭେନ୍‌ସନ୍‌ ପିଟିଶନରେ ନିବେଦନ କରିଛନ୍ତି ଏହି ପୂର୍ବତନ ଖବରଦାତା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri