Posted inଜାତୀୟ

ସପ୍ତାହର ପ୍ରଥମ ୪ ଦିନ କାର୍ଯ୍ୟାଳୟ ଛାଡିବେ ନାହିଁ କୌଣସି ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୬: ମୋଦି ସରକାର ୩.୦ର ଶୁଭାରମ୍ଭ ସହିତ ନୂତନ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ ହୋଇଥିବା ଜିତନ ରାମ ମାନଝୀ କହିଛନ୍ତି, ଏଥର ପୂର୍ବ ଅପେକ୍ଷା ଦୃଢ ସଂକଳ୍ପ ନେବାକୁ ପଡିବ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତକୁ ବିଶ୍ୱର ତୃତୀୟ ଅର୍ଥନୀତିରେ ଆଣିବାକୁ ପ୍ରଧାନମନ୍ତ୍ରୀ ସ୍ଥିର କରିଛନ୍ତି, ଏଥିପାଇଁ ମନ୍ତ୍ରୀମାନଙ୍କୁ ଟାସ୍କ ଦିଆଯାଇଛି। ମନ୍ତ୍ରୀମାନଙ୍କୁ କୁହାଯାଇଛି ଯେ, ସପ୍ତାହର ପ୍ରଥମ ଚାରି ଦିନରେ କୌଣସି ମନ୍ତ୍ରୀ ତାଙ୍କ କାର୍ଯ୍ୟାଳୟ ଛାଡିବେ ନାହିଁ।ସୋମବାର, ବୁଧବାର, ମଙ୍ଗଳବାର ଏବଂ ଗୁରୁବାର ମନ୍ତ୍ରୀ କାର୍ଯ୍ୟାଳୟରୁ କୁଆଡେ ଯିବେ ନାହିଁ। ପ୍ରଥମେ ସରକାରୀ କାର୍ଯ୍ୟ କରିବୁ, ଏହା ପରେ ଆମେ ନିଜ ଅଞ୍ଚଳକୁ ଯିବା।
୭୯ ବର୍ଷିୟ ଜିତନ ରାମ ମାନ୍‌ଝୀ ମୋଦି କ୍ୟାବିନେଟର ସବଠୁ ବୟୋଜ୍ୟେଷ୍ଠ ମନ୍ତ୍ରୀ ହୋଇଛନ୍ତି। ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳରେ ମାନ୍‌ଝୀ କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ବିହାରର ୨୩ତମ ମୁଖ୍ୟମନ୍ତ୍ରୀ ରହିଛନ୍ତି ଏବଂ ହିନ୍ଦୁସ୍ତାନୀ ଆୱମ ମୋର୍ଚ୍ଚା (ହମ୍‌) ର ପ୍ରତିଷ୍ଠାତା ସଭାପତି ଅଟନ୍ତି। ଏହାପୂର୍ବରୁ ସେ ନୀତୀଶ କୁମାରଙ୍କ କ୍ୟାବିନେଟରେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ମନ୍ତ୍ରୀ ଥିଲେ। ସେ ୨୦୨୪ ସାଧାରଣ ନିର୍ବାଚନରେ ଗୟା ଆସନରୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri