ପରିବା ବିକାଳିଙ୍କ ପାଇଁ ପିଣ୍ଡିନାହିଁ: ଅସୁବିଧା ଭୋଗୁଛନ୍ତି ବ୍ୟବସାୟୀ

ପଦ୍ମପୁର,୩୦ା୬(ପ୍ରଦୀପ୍ତ ଦାଶ ):ପଦ୍ମପୁର ସହର ତଥା ଏହାର ଆଖପାଖ ଅଞ୍ଚଳର ପଦ୍ମପୁର ଦୈନିକ ପରିବା ବଜାର ଅନ୍ୟତମ। ସପ୍ତାହରେ ମଙ୍ଗଳବାର ଓ ଶନିବାର ଏଠାରେ ହାଟ ବସିଥାଏ। ଏହି ହାଟକୁ ଅଞ୍ଚଳର କୋଣ ଅନୁକୋଣରୁ ଅନେକ ପ୍ରକାର ବ୍ୟବସାୟୀ ଆସିଥାନ୍ତି। ଏହି ହାଟର ପରିଚାଳନା ଦାୟିତ୍ୱ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ନେଇଥିବା ବେଳେ ବ୍ୟବସାୟୀଙ୍କଠାରୁ ଶୁଳ୍କ ମଧ୍ୟ ଆଦାୟ କରିଥାନ୍ତି। କିନ୍ତୁ ଏପର୍ଯ୍ୟନ୍ତ ବ୍ୟବସାୟୀମାନେ ବସିବା ପାଇଁ ପର୍ଯ୍ୟାପ୍ତ ପିଣ୍ଡି ବ୍ୟବସ୍ଥା କରାଯାଇନାହିଁ। ଖରା ହେଉ କି ବର୍ଷା ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ବର୍ତ୍ତମାନ ବର୍ଷା ଦିନ ଆସିଯାଇଥିବାରୁ ବେପାରୀ ସମେତ ଖାଉଟି ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ହାଟ ଭିତରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଭେଣ୍ଡିଂ ଗୃହ ତିଆରି କରିଛନ୍ତି ମାତ୍ର ତାହା କାର୍ଯ୍ୟରେ ଲାଗୁନାହିଁ। ଏହି ଟିଣ ଘର ଯୋଗୁ ବଜାର ସଂକୁଚିତ ହେବା ସହିତ ଏହା ନିଶାକାରୀମାନଙ୍କ ଆଖଡା ସ୍ଥଳ ପାଲଟିଛି, ଯାହା କି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏନ୍‌ଏସି ଶୀଘ୍ର ପିଣ୍ଡି ନିର୍ମାଣ ସହିତ ଦୈନିକ ବଜାରର ସ୍ବଚ୍ଛତା ପ୍ରତି ଦୃଷ୍ଟିଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ।...

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ...

କୁଟିଆ ଜନଜାତି ମହିଳା ଏକକାଳୀନ ଜନ୍ମଦେଲେ ତିନି ସନ୍ତାନ, କନ୍ଧମାଳରେ ଚର୍ଚ୍ଚା

ତୁମୁଡିବନ୍ଧ,୭।୭(ଦିପକ କୁମାର ପରାସେଠ): କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତରେ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କୁଟିଆ ଜନଜାତିର ଜଣେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri