Posted inଜାତୀୟ

ଡାଇବେଟିସକୁ ଆଉ ଭୟ ନାହିଁ, ବଜାରରେ ମିଳିବ ଇନସୁଲିନ ଓରାଲ ସ୍ପ୍ରେ…

ହାଇଦ୍ରାବାଦ,୨।୧୧ : ଡାଇବେଟିସ ସମସ୍ୟାରେ ପୀଡିତ ଲୋକେ ଏବେ ଆଉ ଇନସୁଲିନ ଇଞ୍ଜେକଶନ ନେବାକୁ ଭୟ କରିବାର ଆବଶ୍ୟକତା ନାହିଁ। ଖୁବ ଶୀଘ୍ର ବଜାରରେ ଇନସୁଲିନ ସ୍ପ୍ରେ ବିକ୍ରି ହେବାକୁ ଯାଉଛି। ଆସନ୍ତା ଦୁଇ-ତିନି ବର୍ଷ ମଧ୍ୟରେ ଇନସୁଲିନ ସ୍ପ୍ରେ ଉପଲବ୍ଧ ହେବାର ସମ୍ଭାବନା ଅଛି । ଏହା ସାହାଯ୍ୟରେ ଲୋକେ ଇଞ୍ଜେକଶନବ୍ୟବହାର କରିବା ପରିବର୍ତ୍ତେ ସ୍ପ୍ରେ ଦ୍ୱାରା ଇନସୁଲିନ ଗ୍ରହଣ କରି ପାରିବେ।

ଏକ ମିଡିଆ ରିପୋର୍ଟ ଅନୁଯାୟୀ, ଦୁଇ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ନିଡଲଫ୍ରି ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ ଛୁଞ୍ଚିମୁକ୍ତ ଇନସୁଲିନ ଓରାଲ ସ୍ପ୍ରେ ବିକଶିତ କରିବାକୁ ଦାବି କରୁଛି। କୁହାଯାଉଛି ଏହା ହେଉଛି ବିଶ୍ୱର ପ୍ରଥମ ଇନସୁଲିନ ସ୍ପ୍ରେ, ଯାହାର ନାମ ଓଜୁଲିନ ରଖାଯାଉଛି। ହାଇଦ୍ରାବାଦ ଭିତ୍ତିକ ଗବେଷଣା ଏବଂ ବିକାଶ କମ୍ପାନୀ ଟ୍ରାନ୍ସଜେନ ବାୟୋଟେକ ଲିମିଟେଡ ଭାବରେ କମ୍ପାନୀ ଆରମ୍ଭ ହୋଇଥିଲା।
ବର୍ତ୍ତମାନ କମ୍ପାନୀ ପରବର୍ତ୍ତୀ ପରୀକ୍ଷା ପାଇଁ ଅନୁମତି ମାଗିଛି। ସୁରକ୍ଷା ଅଧ୍ୟୟନର ଅନୁମୋଦନ ପାଇଁ କମ୍ପାନୀ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ନିକଟକୁ ଆସିଛି।
ଏହା ପରେ, ସ୍ପ୍ରେର ମାନବ କ୍ଲିନିକାଲ ପରୀକ୍ଷା କରାଯିବ। ଅଷ୍ଟିଓପୋରୋସିସ ଏବଂ ଆଲଜାଇମର ଭଳି ସମସ୍ୟା ପାଇଁ କମ୍ପାନୀ ଓରାଲ ସ୍ପ୍ରେ ପ୍ରସ୍ତୁତ କରିବା ଦିଗରେ ମଧ୍ୟ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri