Posted inଜାତୀୟ

ଏକେ-୪୭ ଗୁଳିକୁ ଆଉ ନାହିଁ ଭୟ: ସେନା ପାଖରେ ‘ଭାବା କବଚ’

ନୂଆଦିଲ୍ଲୀ, ୧୩।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ଭାରତୀୟ ଯବାନ ଶତ୍ରୁର ମୁକାବିଲା କରୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ମିଶ୍ର ଧାତୁ ନିଗମ ଲିମିଟେଡ୍‌ ପକ୍ଷରୁ ଅନ୍ତର୍ଜାତୀୟ ମାନର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ ତିଆରି କରାଯାଇଛି। ଏହି ଜ୍ୟାକେଟକୁ ଏକେ-୪୭ ଗୁଳିମଧ୍ୟ ଭେଦ କରି ପାରିବ ନାହିଁ ବୋଲି କୁହାଯାଉଛି। ହାଇଦ୍ରାବାଦ୍‌ କାଞ୍ଚନବାଗ୍‌ ଅଞ୍ଚଳରେ ଥିବା ମିଶ୍ର ଧାତୁ ନିଗମ ଲିମିଟେଡ୍‌ ଏହାର ନିର୍ମାଣ କରିଛି। ଭାବା ଆଣବିକ ଗବେଷଣା କେନ୍ଦ୍ର ପକ୍ଷରୁ ଏହି ଜ୍ଞାନକୌଶଳ ବିକଶିତ କରାଯାଇଛି। ତେଣୁ ଗବେଷଣା କେନ୍ଦ୍ର ନାମ ଅନୁସାରେ ଜ୍ୟାକେଟର ନାମକରଣ କରାଯାଇଛି। ଇତିମଧ୍ୟରେ କେତେକ ଜ୍ୟାକେଟ ସେନାକୁ ଯୋଗାଇ ଦିଆଯାଇଛି। ଜ୍ୟାକେଟରେ ଅଗାମୀ ଦିନରେ କେତେକ ପରିବର୍ତ୍ତନ କରାଯିବ ବୋଲି ମିଶ୍ର ଧାତୁ ନିଗମ ଲିମିଟେଡ୍‌ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ଝା ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri