Posted inଜାତୀୟ

ଆଉ ଯିବାକୁ ପଡ଼ିବନି ଆର୍‌ଟିଓ

ନୂଆଦିଲ୍ଲୀ, ୫।୩:ଲର୍ନର ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ନବୀକରଣ, ଗାଡ଼ି ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ସେବା ପାଇଁ ଆଉ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)କୁ ଦୌଡ଼ିବାକୁ ପଡ଼ିବ ନାହିଁ। କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ନାଗରିକମାନଙ୍କ ପାଇଁ ଆଧାର ପ୍ରମାଣୀକୃତ ଯୋଗାଯୋଗବିହୀନ ସେବା ଆରମ୍ଭ ହୋଇଛି। ଏଥିରେ ୧୮ ସେବା ଉପଲବ୍ଧ ହେବ। ଏହି ନୂଆ ବ୍ୟବସ୍ଥା ସରକାରୀ ବିତରଣ ପ୍ରକ୍ରିୟାକୁ ସରଳ କରିବା ସହ ସ୍ବଚ୍ଛତା ଓ କାର୍ଯ୍ୟଦକ୍ଷତା ବଢ଼ାଇବ। ଆବେଦନକାରୀ ଅବାଧରେ ସିଧାସଳଖ ସେମାନଙ୍କ କାର୍ଯ୍ୟ କରାଇପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ଆଧାର ଭିତ୍ତିରେ ମିଳିବାକୁ ଥିବା ୧୮ଟି ସେବା ମଧ୍ୟରେ ରହିଛି ଲର୍ନର୍ସ ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ନବୀକରଣ, ଡୁପ୍ଲିକେଟ ଡ୍ରାଇଭିଂ ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ଏବଂ ପଞ୍ଜୀକରଣ ସାର୍ଟିଫିକେଟରେ ଠିକଣା ପରିବର୍ତ୍ତନ, ଅନ୍ତର୍ଜାତୀୟ ଡ୍ରାଇଭିଂ ପର୍‌ମିଟ, ଲାଇସେନ୍ସରୁ ଗାଡ଼ି ବର୍ଗର ସରେଣ୍ଡର, ମୋଟରଯାନ ପାଇଁ ଅସ୍ଥାୟୀ ପଞ୍ଜୀକରଣ ଆବେଦନ, ସମ୍ପୂର୍ଣ୍ଣ ବିଲ୍ଟ ବଡି ସହ ମୋଟର ଯାନ ପଞ୍ଜୀକରଣ ପାଇଁ ଆବେଦନ, ଡୁପ୍ଲିକେଟ ପଞ୍ଜୀକରଣ ସାର୍ଟିଫିକେଟ ଇସ୍ୟୁ ପାଇଁ ଆବେଦନ, ପଞ୍ଜୀକରଣ ସାର୍ଟିଫିକେଟ ପାଇଁ ଏନ୍‌ଓସି ନିମନ୍ତେ ଆବେଦନ, ମୋଟର ଯାନ ମାଲିକାନା ପରିବର୍ତ୍ତନ ପାଇଁ ବିଜ୍ଞପ୍ତିି, ମୋଟରଯାନ ମାଲିକାନା ପରିବର୍ତ୍ତନ ଲାଗି ଆବେଦନ ଇତ୍ୟାଦି। ପୋର୍ଟାଲ ମାଧ୍ୟମରେ ଉପରୋକ୍ତ ସେବା ପାଇବା ପାଇଁ ଆଧାର ପ୍ରାମାଣିକତା ଜରୁରୀ। ଆର୍‌ଟିଓ କାର୍ଯ୍ୟାଳୟଗୁଡ଼ିକରେ ଅତ୍ୟଧିକ ଗହଳିରୁ ବର୍ତ୍ତିବା ପାଇଁ ଏଭଳି ଯୋଗାଯୋଗ ବିହୀନ ସେବା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri