ବଡ଼ ବୟାନ ଦେଲେ ମନ୍ତ୍ରୀ; ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ

ଭୁବନେଶ୍ୱର, ୮ା୮: ରାଜ୍ୟରେ ଦେଶୀ ମଦ ବନ୍ଦ କରିବାକୁ କଥା ଦେଇ ସରକାରକୁ ଆସିଥିବା ଭାଜପା ସରକାର ଓଡ଼ିଶାରେ ଆଉ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ବୟାନ ଦେଇଛନ୍ତି।

”ଓଡ଼ିଶାରେ ଚୋରା ମଦ ରୋକିବାକୁ ବଡ଼ ଚ୍ୟାଲେଞ୍ଜ ରହିଛି। ଆସନ୍ତା ବର୍ଷଠାରୁ ରାଜ୍ୟରେ ଚୋରା ମଦ ଚାଲାଣ ବନ୍ଦ କରାଯିବ। ସେଥିଲାଗି ସରକାର ଅବକାରୀ ନିୟମରେ ସମ୍ପୂର୍ଣ୍ଣ ପରିବର୍ତନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଆସନ୍ତା ବର୍ଷ ନୂଆ ମଦନୀତି ମଧ୍ୟ ଆସିବ, ଯେଉଁଥିରେ ଚୋରାମଦ ବିକ୍ରି ବନ୍ଦ କରିବାକୁ ସରକାର କଡା ନିୟମ ରଖିବେ। ଯେଉଁ ମଦନୀତି ଥିଲା, ସେଥିରେ କିଛି ସାବଲୀଳ କରାଯିବ । ଏଥିସହିତ ଯାହା କିଛି ସମସ୍ୟା ରହିଥିଲା, ତାକୁ କିପରି ସଠିକରୂପେ କରାଯିବ ସେ ଦିଗରେ ସରକାର କାର୍ଯ୍ୟ କରୁଛନ୍ତି” ବୋଲି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ସୂଚନାଥାଉ କି, ମଦ ବ୍ୟବସାୟରୁ ରାଜ୍ୟ ସରକାର ମୋଟା ଅଙ୍କର ରାଜସ୍ବ ସଂଗ୍ରହ କରୁଛନ୍ତି। ମଦ ବିକ୍ରିରୁ ୨୦୨୪-୨୫ରେ ୧୦ ହଜାର କୋଟି ଟଙ୍କା ସରକାର ପାଇଥିବା ଜଣାପଡ଼ିଛି। ସେହିପରି ୨୦୨୩-୨୪ ବର୍ଷରେ ଅଗଷ୍ଟ ମାସ ସୁଦ୍ଧା ୨ ହଜାର ୬୫୫ କୋଟି ରାଜସ୍ବ ଆଦାୟ ହୋଇଥିଲା। ୨୦୨୨-୨୩ରେ ୬ ହଜାର ୪୫୫ କୋଟି, ୨୦୨୧-୨୨ରେ ୫ ହଜାର ୫୨୯ କୋଟିଏବଂ ୨୦୨୦-୨୧ରେ ରାଜସ୍ବ ଆଦାୟ ହୋଇଥିଲା ୪ ହଜାର ୫୩ କୋଟି। କୋଭିଡ-୧୯ ମହାମାରୀ ବାଦ୍‌ ବି ମଦ ଦ୍ୱାରା ସରକାରଙ୍କ ରାଜସ୍ବ ସଂଗ୍ରହରେ କୌଣସି କ୍ଷତି ହୋଇ ନ ଥିଲା। ୨୦୧୨-୧୩ରେ ୧ଲକ୍ଷ ୩୭ହଜାର ୯୯୧ ଟଙ୍କା ରାଜସ୍ୟ ସଂଗ୍ରହ ହୋଇଥିଲା। କିନ୍ତୁ ୨୦୨୨-୨୩ରେ ତାହା ବଢି ୬ହଜାର ୪୫୫କୋଟିରେ ପଡଞ୍ଚିଥିଲା। ଯାହା ରାଜସ୍ୟ ସଂଗ୍ରହର ୩୬୭ ଶତକଡା।

ସର୍ବାଧିକ ରାଜସ୍ୱ ଭାରତ ନିର୍ମିତ ବିଦେଶୀ ମଦ(IMFL) ଓ ବିୟରରେ ଅଧିକ ଟିକସ ଲଗାଇବା ଦ୍ୱାରା ଆସିଥାଏ। ରାଜ୍ୟରେ ୧୯ ଶହ ୨୮ଟି କିସମର ମଦ ଦୋକାନ ରହିଛି। ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନ ମଧ୍ୟରେ ଠିପି ବନ୍ଦ ମଦ ଦୋକାନ ୧୧୬୩, ଠିପି ଖୋଲା ମଦ ଦୋକାନ ୭୦୨, ଠିପି ଖୋଲା କ୍ଲବ ୧୯, ବିୟର ପାର୍ଲର ୫୬ ଏବଂ ୩୬ ମିଲିଟାରୀ କ୍ୟାଣ୍ଟିନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri