ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଥିଲା। ତେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ କ୍ୟାବିନେଟ୍‌ର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଯେ, ଲକ୍‌ଡାଉନ୍‌ ଆଉ ହେବ ନାହିଁ। ଆବଶ୍ୟକ ପଡ଼ିଲେ ବଜାରକୁ ବନ୍ଦ କରି ଦିଆଯିବ। ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ରାଜ୍ୟରେ ଲକ୍‌ଡାଉନ୍‌ର ଆବଶ୍ୟକତା ନଥିବା ସେ କହିଛନ୍ତି। ସୁରକ୍ଷା ଦୃଷ୍ଟିରୁ କେତେକ ସ୍ଥାନୀୟ କଟକଣା ଜାରି କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦିଲ୍ଲୀରେ ପ୍ରତି ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହା ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri