ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା  ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ମୋଟ୍‌ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।

ଏଥିସହିତ ସରକାର ଅବକାରୀ ବିଭାଗ ନିୟମ ୨୦୧୭ ମଧ୍ୟ ସଂଶୋଧନ କରିଛନ୍ତି। ଅନୁସୂଚିତ ଜାତି ଓ ଜନଜାତି କ୍ୟାଡର ପୁନଃଗଠନ ହେବ। ଏଥିସହିତ ୨୪ ନୂଆ ପଦବୀ ସୃଷ୍ଟି କରାଯିବାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଅବକାରୀ କନଷ୍ଟେବଳ ଡିଭିଜନ ବଦଳାଯାଇ ଜିଲା କ୍ୟାଡର କରାଯାଇଛି। ୧୦୮ କୋଟି ଟଙ୍କା ବ୍ୟୟ ବରାଦରେ ବୈତରଣୀ ବାମ ଓ ଡାହାଣ କେନାଲ କାର୍ଯ୍ୟ ହେବ। ଏଥିସହିତ ଭଦ୍ରକ, ବାଲେଶ୍ବର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ। ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ଟଙ୍କା ମଞ୍ଜୁରୀ କରାଯାଇଥିବା ମନୋଜ ଆହୁଜା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

ଷ୍ଟ୍ରେଟ ଅଫ ହର୍ମୁଜରେ ଜାହାଜଗୁଡ଼ିକୁ ସୁରକ୍ଷା ଦେବ ଆମେରିକା? ଘୋଷଣା କରିବେ ଟ୍ରମ୍ପ? ଚାଲିଛି ବଡ଼ ଯାଜନା…

ଓ୍ବାଶିଂଟନ,୧୬।୩: ଆମେରିକା ଖୁବ ଶୀଘ୍ର ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ରଖିବା ପାଇଁ ଏକ ଅନ୍ତର୍ଜାତୀୟ ମେଣ୍ଟ ଘୋଷଣା କରିପାରେ। ପ୍ରମୁଖ ବିଶ୍ୱ ରାଷ୍ଟ୍ରଗୁଡ଼ିକର ସହଯୋଗରେ ଗଠିତ, ଏହି…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri