Posted inଜାତୀୟ

ଆଉ ଚାଲିବନି ପେଟ୍ରୋଲ-ଡିଜେଲ୍‌ ଗାଡ଼ି! ଗଡକରୀ ଦେଲେ ଏମିତି ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧।୪: ୩୬ କୋଟି ପେଟ୍ରୋଲ ଏବଂ ଡିଜେଲ ଗାଡିରୁ ଦେଶକୁ ମୁକ୍ତି ଦେବା ପାଇଁ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲରେ ଚାଲୁଥିବା ଗାଡିରୁ ଭାରତ ମୁକ୍ତ ହୋଇପାରିବ କି ନାହିଁ, ପ୍ରଶ୍ନ ସେ କହିଛନ୍ତିନ୍‌ ଏହା ଶତପ୍ରତିଶତ ସମ୍ଭବ।
ଏକ ସାକ୍ଷାତକାରରେ ନିତିନ ଗଡକରୀ କହିଛନ୍ତି, ଏହା ମୋର ଲକ୍ଷ୍ୟଏହା କରିବା କଷ୍ଟକର କିନ୍ତୁ ଏହା ଅସମ୍ଭବ ନୁହେଁ। ଇନ୍ଧନ ଆମଦାନୀ ପାଇଁ ଭାରତ ବାର୍ଷିକ ୧୬ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥାଏ। ଯଦି ଏହି ଅର୍ଥ ସଞ୍ଚୟ ହୁଏ, ତେବେ ଏହା କୃଷକଙ୍କ ଜୀବନରେ ପରିବର୍ତ୍ତନ ଆଣିବ, ଦେଶର ଗ୍ରାମରେ ସମୃଦ୍ଧ ହେବ ଏବଂ ଯୁବକମାନଙ୍କୁ ରୋଜଗାର ଯୋଗାଇ ଦିଆଯିବ। ଦେଶର ସଡ଼କରୁ ପେଟ୍ରୋଲ ଏବଂ ଡିଜେଲ କାରକୁ ସମ୍ପୂର୍ଣ୍ଣ ହଟାଇବା ପାଇଁ ସଡକ ପରିବହନ ମନ୍ତ୍ରୀ ସମୟସୀମା ଦେବାକୁ ମନା କରି ଦେଇଛନ୍ତି।
ନିତିନ ଗଡକରୀ କହିଛନ୍ତି, ହାଇବ୍ରିଡ ଯାନରେ ଜିଏସ୍‌ଟି ୫ ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ଥିବାବେଳେ ଫ୍ଲେକ୍ସ ଇଞ୍ଜିନରେ ଜିଏସ୍‌ଟିକୁ ୧୨ ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ରହିଛି। ସେ ଏହି ପ୍ରସ୍ତାବ ଅର୍ଥ ମନ୍ତ୍ରଣାଳୟକୁ ପଠାଯାଇଛି ଏବଂ ମନ୍ତ୍ରଣାଳୟ ଏହାକୁ ବିଚାର କରୁଛି। ଜୈବ ଇନ୍ଧନର ବ୍ୟବହାରକୁ ପ୍ରୋତ୍ସାହନ ଦେଇ ଇନ୍ଧନ ଆମଦାନୀ ଦୂର ହୋଇପାରିବ।
ସଡକ ପରିବହନ ମନ୍ତ୍ରୀ କହିଛନ୍ତି, ସେ ୨୦୦୪ ଠାରୁ ବିକଳ୍ପ ଇନ୍ଧନକୁ ପ୍ରୋତ୍ସାହିତ କରୁଛନ୍ତି ଏବଂ ଆସନ୍ତା ୫ ରୁ ୭ ବର୍ଷ ମଧ୍ୟରେ ଏହି ଦିଗରେ ଏକ ବଡ ପରିବର୍ତ୍ତନ ଦେଖାଯିବ ବୋଲି ଆଶା ପ୍ରକଟ କରିଛନ୍ତି। ଏହି ପରିବର୍ତ୍ତନର ତାରିଖ ଏବଂ ବର୍ଷ କହିବା ଅତ୍ୟନ୍ତ କଷ୍ଟକର। ଏହା ନିଶ୍ଚିତ କଷ୍ଟସାଧ୍ୟ କିନ୍ତୁ ଅସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri