Posted inଜାତୀୟ

ଆଉ ଚାଲିବନି ପେଟ୍ରୋଲ-ଡିଜେଲ୍‌ ଗାଡ଼ି! ଗଡକରୀ ଦେଲେ ଏମିତି ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧।୪: ୩୬ କୋଟି ପେଟ୍ରୋଲ ଏବଂ ଡିଜେଲ ଗାଡିରୁ ଦେଶକୁ ମୁକ୍ତି ଦେବା ପାଇଁ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲରେ ଚାଲୁଥିବା ଗାଡିରୁ ଭାରତ ମୁକ୍ତ ହୋଇପାରିବ କି ନାହିଁ, ପ୍ରଶ୍ନ ସେ କହିଛନ୍ତିନ୍‌ ଏହା ଶତପ୍ରତିଶତ ସମ୍ଭବ।
ଏକ ସାକ୍ଷାତକାରରେ ନିତିନ ଗଡକରୀ କହିଛନ୍ତି, ଏହା ମୋର ଲକ୍ଷ୍ୟଏହା କରିବା କଷ୍ଟକର କିନ୍ତୁ ଏହା ଅସମ୍ଭବ ନୁହେଁ। ଇନ୍ଧନ ଆମଦାନୀ ପାଇଁ ଭାରତ ବାର୍ଷିକ ୧୬ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥାଏ। ଯଦି ଏହି ଅର୍ଥ ସଞ୍ଚୟ ହୁଏ, ତେବେ ଏହା କୃଷକଙ୍କ ଜୀବନରେ ପରିବର୍ତ୍ତନ ଆଣିବ, ଦେଶର ଗ୍ରାମରେ ସମୃଦ୍ଧ ହେବ ଏବଂ ଯୁବକମାନଙ୍କୁ ରୋଜଗାର ଯୋଗାଇ ଦିଆଯିବ। ଦେଶର ସଡ଼କରୁ ପେଟ୍ରୋଲ ଏବଂ ଡିଜେଲ କାରକୁ ସମ୍ପୂର୍ଣ୍ଣ ହଟାଇବା ପାଇଁ ସଡକ ପରିବହନ ମନ୍ତ୍ରୀ ସମୟସୀମା ଦେବାକୁ ମନା କରି ଦେଇଛନ୍ତି।
ନିତିନ ଗଡକରୀ କହିଛନ୍ତି, ହାଇବ୍ରିଡ ଯାନରେ ଜିଏସ୍‌ଟି ୫ ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ଥିବାବେଳେ ଫ୍ଲେକ୍ସ ଇଞ୍ଜିନରେ ଜିଏସ୍‌ଟିକୁ ୧୨ ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ରହିଛି। ସେ ଏହି ପ୍ରସ୍ତାବ ଅର୍ଥ ମନ୍ତ୍ରଣାଳୟକୁ ପଠାଯାଇଛି ଏବଂ ମନ୍ତ୍ରଣାଳୟ ଏହାକୁ ବିଚାର କରୁଛି। ଜୈବ ଇନ୍ଧନର ବ୍ୟବହାରକୁ ପ୍ରୋତ୍ସାହନ ଦେଇ ଇନ୍ଧନ ଆମଦାନୀ ଦୂର ହୋଇପାରିବ।
ସଡକ ପରିବହନ ମନ୍ତ୍ରୀ କହିଛନ୍ତି, ସେ ୨୦୦୪ ଠାରୁ ବିକଳ୍ପ ଇନ୍ଧନକୁ ପ୍ରୋତ୍ସାହିତ କରୁଛନ୍ତି ଏବଂ ଆସନ୍ତା ୫ ରୁ ୭ ବର୍ଷ ମଧ୍ୟରେ ଏହି ଦିଗରେ ଏକ ବଡ ପରିବର୍ତ୍ତନ ଦେଖାଯିବ ବୋଲି ଆଶା ପ୍ରକଟ କରିଛନ୍ତି। ଏହି ପରିବର୍ତ୍ତନର ତାରିଖ ଏବଂ ବର୍ଷ କହିବା ଅତ୍ୟନ୍ତ କଷ୍ଟକର। ଏହା ନିଶ୍ଚିତ କଷ୍ଟସାଧ୍ୟ କିନ୍ତୁ ଅସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri