ଆଉ ରକ୍ଷା ନାହିଁ: ସ୍ଥିତି ହେଲା ଅସମ୍ଭାଳ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୩ ହଜାର ୮୧୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧୬୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ୩ ଅବା ୪ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ହଜାର ୬୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୫୦୩ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Share