Posted inଜାତୀୟ

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ଭି. ମୋହନାଙ୍କ ଖଣ୍ଡପୀଠ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ରିପୋର୍ଟ ଦାଖଲରେ କମିଟି ବିଫଳ ହେଲେ ନୂଆ କମିଟି ଗଢ଼ାଯିବ ବୋଲି ଖଣ୍ଡପୀଠ ଚତାବନୀ ଦେଇଛନ୍ତି। କମିଟିକୁ ଦିନରାତି କାମକରି ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଆରାବଳୀ ପର୍ବତମାଳାର ସଂଜ୍ଞାକୁ ନେଇ ବିବାଦ ଦେଖାଦେବା ପରେ ଗତ ଡିସେମ୍ବରରେ ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ବିଚାରକୁ ନେଇଥିଲେ। ଆରାବଳୀ ପର୍ବତ ସଂଜ୍ଞା ନିର୍ଦ୍ଧାରଣ ପାଇଁ ସର୍ବୋଚ୍ଚ ଅଦାଲତ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ। ଏକ ବ୍ୟାପକ ଓ ଯୁକ୍ତିଯୁକ୍ତ ଆକଳନ ପାଇଁ ଅଧିକ ସମୟ ଆବଶ୍ୟକ ବୋଲି ଦର୍ଶାଇ କମିଟି ଚୂଡ଼ାନ୍ତ ରିପୋର୍ଟ ଦାଖଲ ଲାଗି ସମୟସୀମା ୬ ମାସ ବଢ଼ାଇବାକୁ ନିବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri