Posted inଜାତୀୟ

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ଭି. ମୋହନାଙ୍କ ଖଣ୍ଡପୀଠ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ରିପୋର୍ଟ ଦାଖଲରେ କମିଟି ବିଫଳ ହେଲେ ନୂଆ କମିଟି ଗଢ଼ାଯିବ ବୋଲି ଖଣ୍ଡପୀଠ ଚତାବନୀ ଦେଇଛନ୍ତି। କମିଟିକୁ ଦିନରାତି କାମକରି ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଆରାବଳୀ ପର୍ବତମାଳାର ସଂଜ୍ଞାକୁ ନେଇ ବିବାଦ ଦେଖାଦେବା ପରେ ଗତ ଡିସେମ୍ବରରେ ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ବିଚାରକୁ ନେଇଥିଲେ। ଆରାବଳୀ ପର୍ବତ ସଂଜ୍ଞା ନିର୍ଦ୍ଧାରଣ ପାଇଁ ସର୍ବୋଚ୍ଚ ଅଦାଲତ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ। ଏକ ବ୍ୟାପକ ଓ ଯୁକ୍ତିଯୁକ୍ତ ଆକଳନ ପାଇଁ ଅଧିକ ସମୟ ଆବଶ୍ୟକ ବୋଲି ଦର୍ଶାଇ କମିଟି ଚୂଡ଼ାନ୍ତ ରିପୋର୍ଟ ଦାଖଲ ଲାଗି ସମୟସୀମା ୬ ମାସ ବଢ଼ାଇବାକୁ ନିବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?