ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…

ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ ଅନ୍ୟ ଜିଲାର କୌଣସି ଠିକାଦାର ଯେଭଳି ଟେଣ୍ଡର ପ୍ରକ୍ରିୟାରେ ଭାଗ ନେଇ ଠିକା କାମ କରିବେ ନାହିଁ ସେନେଇ ପଦକ୍ଷେପ ନିଆଯିବ ବୋଲି ଘୋଷଣା କରାଯାଇଛି। ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ କୁହାଯାଇଛି, ଅନ୍ୟ ଜିଲାର ଠିକାଦାରମାନେ ବଲାଙ୍ଗୀର ଜିଲା ଅନ୍ତର୍ଗତ କୌଣସି ବି ବିଭାଗର ଟେଣ୍ଡର ପ୍ରକ୍ରିୟାରେ ଭାଗ ନେବେ ନାହିଁ । କେବଳ ବଲାଙ୍ଗୀର ଜିଲାର ଠିକା କାମରେ ଏହି ଜିଲାର ଠିକାଦାର ଭାଗ ନେଇପାରିବେ ବୋଲି ସେମାନେ ନିଷ୍ପତ୍ତି ନେଇଛନ୍ତି l ବଲାଙ୍ଗୀର ଜିଲାରେ ବାହାରୁଥିବା ସମସ୍ତ ବିଭାଗର ଟେଣ୍ଡର ପ୍ରକ୍ରିୟାରେ ସରକାରୀ ନିର୍ଦ୍ଧାରିତ (ସିଡ୍ୟୁଲ୍ଡ ରେଟର ଟେଣ୍ଡର) ଦଖଲ କରିବେ । ଜିଲାରେ ଠିକା କାମ କମ୍‌ ବାହାରୁଛି କିନ୍ତୁ ଠିକାଦାର ସଂଖ୍ୟା ଅଧିକ ଥିବାରୁ ଠିକାଦାର ସଂଘ ପକ୍ଷରୁ ଏଭଳି ନିଷ୍ପଭି ନିଆଯାଇଥିବା କୁହାଯାଇଛି। ଏଭଳି ନିଷ୍ପତ୍ତି ଦ୍ବାରା ବଲାଙ୍ଗୀର ଜିଲାର ଠିକାଦାରମାନେ କାମ ପାଇବେ ଏବଂ ସେହି କାମରେ ଜିଲାର ଶ୍ରମିକମାନେ ନିୟୋଜିତ ହୋଇପାରିବେ। ବାହାର ଜିଲାର ଠିକାଦାର ବଲାଙ୍ଗୀର ଜିଲାରେ ଯେଭଳି ଠିକା କାମ ହାତେଇବେ ନାହିଁ । ସେନେଇ ନିଷ୍ପତ୍ତି ନେଇଥିବାରୁ ସଂଘ ସଦସ୍ୟମାନେ ଖୁସି ବ୍ୟକ୍ତ କରିଛନ୍ତି। ଏହାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ସେମାନେ ନିଷ୍ପତ୍ତି ନେଇଥିବା ଜଣାପଡିଛି। ଏହି ଖବରଦାତା ସମ୍ମିଳନୀରେ ଠିକାଦାର ସଂଘର ଅକ୍ଷୟ କୁମାର ତ୍ରିପାଠୀ, ପ୍ରତାପ ନନ୍ଦ, ଗୋପାଳ ଦାନୀ, ପ୍ରଫୁଲ୍ଲ ମିଶ୍ର, ଅରୁଣ ବେହେରା, ଦେବାଶିଷ ପୁରୋହିତ, ପ୍ରଭାତ ମାହାନା, ବିଶ୍ବନାଥ ନାୟକ, ଅଭିଷେକ ପାଣିଗ୍ରାହୀ, ଅପ୍ରମିତ ପରିଚ୍ଛା, ପ୍ରଦୀପ ଦାଶ, ରାଧାରମଣ ବଗର୍ତ୍ତି, ଭବାନୀ ଶଙ୍କର ଦୀପ, ଗୋପାଳ ମିଶ୍ର, ଦିଲୀପ ମେହେର, ରାଜ ପାଢୀ, ଟୁଲୁ ପଟ୍ଟନାୟକ, ଅରୁଣ ନାଥ, ସାଗର ସଙ୍ଗମ ଶତପଥୀ, ଗୁଞ୍ଜ ଖାନ, ପ୍ରଦୀପ ତ୍ରିପାଠୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବଲାଙ୍ଗୀର ଜିଲା ଠିକାଦାର ସଂଘର ଏଭଳି ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି l

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri