ଦେଶରେ ରୂପ ବଦଳାଇ ନାହିଁ କରୋନା ଭାଇରସ ତେଣୁ ସତର୍କତା ଜରୁରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୧୦: ଦେଶରେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନ କହିଛନ୍ତି ଏବେବି ଦେଶରେ କରୋନା ତା’ର ରୂପ ବଦଳାଇ ନାହିଁ । ତେଣୁ ଆମକୁ ସତର୍କ ରହିବାକୁ ପଡିବ । ଆଗକୁ ମା’ ଦୁର୍ଗାଙ୍କ ପୂଜା ଆସୁଥିବା ବେଳେ ଏବେ ଆରମ୍ଭ ହୋଇଯାଇଛି ନବରାତ୍ରୀ । ଏହାକୁ ସୁରକ୍ଷିତ ଭାବେ ପାଳନ କରିବାକୁ ସେ କହିଛନ୍ତି । ଆହୁରି ମଧ୍ୟ ମା’ଙ୍କ ନିକଟରେ ମୁଣ୍ଡ ନୁଆଁଇ ଆଶୀର୍ବାଦ ଭିକ୍ଷା କରିବା ସମୟରେ ସେହି କରୋନା ଯୋଦ୍ଧାଙ୍କୁ ମନେପକାଇବାକୁ ସେ କହିଛନ୍ତି ଯେଉଁମାନେ କରୋନା ସହ ଲଢି ନିଜ ଜୀବନ ଦେଇଛନ୍ତି ଓ ଏବେ ଯେଉଁମାନେ ଆଗଧାଡିର ଯୋଦ୍ଧା ସାଜି ଏହି ଅଦୃଶ୍ୟ ଯୁଦ୍ଧରେ ଲଢି ଚାଲିଛନ୍ତି । ଦୁର୍ଗାପୂଜାକୁ ନିରାଡମ୍ବର ଭାବେ ପାଳନ କରି ବରଂ ଏହି ସମୟରେ ଗରିବ ଲୋକଙ୍କୁ ସାହାଯ୍ୟ କରିପାରିଲେ ଏହା ଆପଣଙ୍କୁ ଅଧିକ ଖୁସି ଦେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ପୂର୍ବରୁ କେରଳର ଉଦାହରଣ ଦେଇ ସେ କହିଥିଲେ କରୋନା ମୁକାବିଲା କ୍ଷେତ୍ରରେ କେରଳ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ବେଳେ ନିକଟରେ ସେମାନେ ଓନମ ପର୍ବ ପାଳନ କରି ପୁଣିଥରେ କରୋନା କବଳରେ ଫସି ଯାଇଛନ୍ତି । ତେଣୁ ତାକୁ ଦୃଷ୍ଟିରେ ରଖି ଦେଶବାସୀ ଦୁର୍ଗାପୂଜା ପାଳନ କରନ୍ତୁ ବୋଲି ସେ କହିଛନ୍ତି । ନଚେତ୍ ପାର୍ବଣ ପରେ କରୋନାର କୋପ ଆହୁରି ବଢିଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?