ଭୋଟର ତାଲିକାରେ ନାଁ ନାହିଁ

ଆରଡ଼ି, ୧୮।୧ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ୯ ନଂ. ଓ୍ବାର୍ଡର ସଂଶୋଧିତ ଭୋଟର ତାଲିକାରୁ ୪୦ଜଣ ବ୍ୟକ୍ତିଙ୍କ ନାମ ବାଦ୍‌ ପଡିଛି। ଏହି ତାଲିକାରୁ ଜଣେ ଆଶାୟୀ ସରପଞ୍ଚ ପ୍ରାର୍ଥିନୀଙ୍କ ପରିବାରର ୪ଜଣଙ୍କ ନାମ ମଧ୍ୟ ନ ଥିବା ଜଣାପଡ଼ିଛି। ଶାସକ ଦଳର ବିଧାୟକ ଓ କେତେଜଣ ପଞ୍ଚାୟତସ୍ତରୀୟ ନେତାଙ୍କ ଚକ୍ରାନ୍ତ ଓ ହୀନ ରାଜନୀତି ଯୋଗୁ ଏପରି ହୋଇଥିବା ଚାନ୍ଦବାଲିର ଭାଜପା ନେତା ସୁରେଶ ସାହୁ, କମଳାକାନ୍ତ ସୂତାର ଓ ଦେବଦତ୍ତ ପାଢ଼ୀ ଅଭିଯୋଗ କରିଛନ୍ତି। ୩ ଦିନ ହେଲା ପ୍ରାୟ ୧୦ ପରିବାରର ଲୋକେ ବିଡିଓଙ୍କ ଦ୍ୱାରସ୍ଥ ହୋଇଥିଲେ ବି କୌଣସି ସୁଫଳ ନ ମିଳିବାରୁ ସୋମବାର ଆରଡ଼ିରୁ ଭାଜପା କର୍ମୀ ତଥା ୫୦ ମହିଳା ଓ ପୁରୁଷ ଚାନ୍ଦବାଲି ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ବିଡିଓଙ୍କ ବିରୋଧରେ ନାରାବାଜି କରିଥିଲେ। ପରେ ୧୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଆମରଣ ଅନଶନରେ ବସିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ମହିଳା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସମ୍ପର୍କରେ ଚାନ୍ଦବାଲି ବିଡିଓ ଜ୍ୟୋତି ବିକାଶ ଦାଶଙ୍କୁ ପଚାରିବାରୁ ଗତ ନଭେମ୍ବରରେ ଭୋଟର ତାଲିକା ସଂଶୋଧନ ବେଳେ ଉକ୍ତ ବ୍ୟକ୍ତିମାନଙ୍କ ନାଁ ନ ଥିଲା। ସେତେବେଳେ ସଂଶୋଧନ କରି ନ ଥିବାରୁ ଏଭଳି ସମସ୍ୟା ଉପୁଜିଛି। ଏନେଇ ସେ ଜିଲାପାଳଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ ଜଣାଇଛନ୍ତି। ତେବେ ଏହି ସଂଶୋଧନ ତାଙ୍କ ପରିସର ବାହାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri