ଭୋଟର ତାଲିକାରେ ଗୋଟିଏ ଗାଁର ୫୪ଜଣଙ୍କ ନାଁ ନାହିଁ

ଭଦ୍ରକ ଅଫିସ,୨୪।୧: ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନାଁ ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ ଅଧିକାର ପାଇଁ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ବିଧାନସଭା ଭୋଟର ତାଲିକାରେ ୱାର୍ଡର ସମସ୍ତ ଭୋଟରଙ୍କ ନାଁ ଥିଲା। ହେଲେ ୨୦୨୨ରେ ନୂତନ ପଞ୍ଚାୟତ ଭୋଟର ତାଲିକାରୁ ୫୪ ଜଣଙ୍କ ନାଁ କଟିଯାଇଛି। ପଞ୍ଚାୟତର ଜଣେ ଅଧିକାରୀ ଚଞ୍ଚକତା ପୂର୍ବକ ଅନ୍ୟ ୱାର୍ଡର ୫୪ ଭୋଟରଙ୍କ ନାମ ଦରଜ କରିବା ସହ ଭୋଟର ତାଲିକାର ଡ୍ରାଫ୍ଟ ପବ୍ଲିକେଶନ ସର୍ବସାଧାରଣରେ ନ କରାଇ ସେମାନଙ୍କ ନାମ କାଟି ଦେଇଛନ୍ତି। ଚୂଡ଼ାନ୍ତ ତାଲିକାରୁ ସେମାନେ ଜାଣିବାକୁ ପାଇଥିବା ବେଳେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନରୁ ବଞ୍ଚତ୍ତ ହେବେ।
ଏ ସମ୍ପର୍କରେ ସେମାନେ ଜିଲାପାଳ ଓ ଭଦ୍ରକ ବ୍ଲକ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରିଛନ୍ତି। ଯଥାଶୀଘ୍ର ଜିଲା ପ୍ରଶାସନ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆନ୍ଦୋଳାତ୍ମକ ପନ୍ଥା ତଥା ଆମରଣ ଅନଶନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?