Posted inଜାତୀୟ

‘ଏଏପି ଭାଜପାର ଲାଞ୍ଜ’

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀର ୭ଟି ଲୋକ ସଭା ଆସନରେ ଆମ ଆଦମୀ ପାର୍ଟି (ଏଏପି) ସହିତ ମିଳିତ ମେଣ୍ଟ ମଧ୍ୟରେ କଂଗ୍ରେସ ନେତା ସନ୍ଦୀପ ଦୀକ୍ଷିତ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏଏପି ଭାରତୀୟ ଜନତା ପାର୍ଟି (ଭାଜପା)ର ଲାଞ୍ଜ ବୋଲି ସନ୍ଦୀପ କହିଛନ୍ତି। ସନ୍ଦୀପଙ୍କ ଏଭଳି ମନ୍ତବ୍ୟ ଦିଲ୍ଲୀର ଲୋକ ସଭା ଆସନରେ ଏଏପି ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ଉପରେ ସନ୍ଦେହ ସୃଷ୍ଟି କରିଛି।
ସନ୍ଦୀପ କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭୟଭୀତ ହୋଇ ବିରୋଧୀ ଦଳର ମିଳିତ ମେଣ୍ଟ ‘ଇଣ୍ଡିଆ’ରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କଂଗ୍ରେସର ମିଳିତ ମେଣ୍ଟର ଆବଶ୍ୟକତା ନାହିଁ।
ବୁଧବାର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଏମ୍‌ପି ରାହୁଲ ଗାନ୍ଧୀ ଦିଲ୍ଲୀର ବରିଷ୍ଠ ଦଳର ନେତାଙ୍କ ସହ ଏକ ବୈଠକ କରିଥିଲେ। ସନ୍ଦୀପ ଦୀକ୍ଷିତ ମଧ୍ୟ ଏହି ବୈଠକରେ ଭାଗ ନେଇଥିଲେ। ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାକୁ ନେଇ କଳ୍ପନାଜଳ୍ପନା କରାଯାଇଥିଲା ଯେ, ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏକ ମେଣ୍ଟ ହୋଇପାରେ। କିନ୍ତୁ ସନ୍ଦୀପଙ୍କ ମନ୍ତବ୍ୟରୁ ତାହା ଜଣାପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri