ଏବେ ବି ଖୁସି ହେବାର ଆବଶ୍ୟକତା ନାହିଁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶାରେ କରୋନା ତୃତୀୟ ଲହରର ବିଶେଷ କିଛି ପ୍ରଭାବ ପଡ଼ି ନ ପାରେ। ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମଣ ବଢ଼ିଛି ତାହା ସେତେ ଅଧିକ ନୁହେଁ। ସେହି ଟ୍ରେଣ୍ଡକୁ ଦେଖିଲେ ଓଡ଼ିଶା ଭଲ ସ୍ଥିତିରେ ରହିବା ପରି ଲାଗୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି।

ସେରୋ ସର୍ଭେ ରିପୋର୍ଟ ମଧ୍ୟ ଭଲ ଆସିଛି। ରିପୋର୍ଟ ଅନୁଯାୟୀ ସମସ୍ତ ବର୍ଗର ଲୋକଙ୍କ ଭଲ ଆଣ୍ଟିବଡ଼ି ବିକଶିତ ହୋଇଛି। ସ୍ବାସ୍ଥ୍ୟକର୍ମୀଙ୍କର ୯୩ ପ୍ରତିଶତ, ସାଧାରଣ ଲୋକଙ୍କର ୭୩ ପ୍ରତିଶତ ଆଣ୍ଟିବଡ଼ି ବିକଶିତ ହୋଇଛି। କୋଭିଶିଲ୍ଡ ଓ କୋଭାକ୍ସିନ ଭିତରେ କିଛି ତଫାତ୍‌ ନ ଥିବା ଏହି ରିପୋର୍ଟରୁ ଜଣାପଡ଼ିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ କହିଛନ୍ତି। ଏହା ବାଦ ଗ୍ରାମାଞ୍ଚଳରେ ବି ଭଲ ଆଣ୍ଟିବଡ ବିକଶିତ ହୋଇଛି। ରାଜ୍ୟରେ କରୋନା ଏବେ ନିୟନ୍ତ୍ରଣରେ ଅଛି। ଭୁବନେଶ୍ୱର, କଟକରେ କିଛି ଅଧିକ ରହୁଛି। ତାହା କମ୍‌, ବେଶୀ ହେଉଥିଲେ ମଧ୍ୟ ନିୟନ୍ତ୍ରଣରେ ରହିଛି। ଆଗକୁ ପାର୍ବଣ ଅଛି। ତେଣୁ ଭଲ ରିପୋର୍ଟ ଆସିଥିଲେ ବି ଅତ୍ୟଧିକ ଖୁସି ହୋଇ ସାମାଜିକ କଟକଣାକୁ ଉଲ୍ଲଂଘନ କରିବା ନାହିଁ। କେନ୍ଦ୍ର ସରକାରଙ୍କ ଗାଇଡ଼ଲାଇନ୍‌ ଅନୁଯାୟୀ, ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri