ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍‌ ଫଣ୍ଡ ଅଡିଟର ପେନ୍‌ସନ୍‌ ପ୍ରୋସିଡିଂ କରି ବିଏମ୍‌ସି କମିଶନରଙ୍କୁ ପଠାଇବା ପରେ କମିଶନର ପେନ୍‌ସନ ଅନୁମୋଦନ କରିବେ। ଏହାବାଦ୍‌ ନିୟମିତ ହୋଇଥିବା କର୍ମଚାରୀଙ୍କ ଏସିପି, ଆର୍‌ଏସିପି ଏବଂ ଏମ୍‌ଏସିପି ପେନ୍‌ସନ୍‌ ମଧ୍ୟ ଅନୁରୂପ ଭାବେ ଅନୁମୋଦନ ହେବ। ସେହିପରି ଅବସର ଏବଂ ମୃତ୍ୟୁକାଳୀନ ଗ୍ରାଚ୍ୟୁଇଟି ଲିମିଟ୍‌କୁ ୮ଲକ୍ଷରୁ ୧୫ଲକ୍ଷ ଯଥାଶୀଘ୍ର ଲାଗୁ କରିବା ପାଇଁ ବିଏମ୍‌ସି ପକ୍ଷରୁ ସହମତି ପ୍ରଦାନ କରାଯାଇଛି। ଏହା ୨୦୧୬ରୁ ପିଛିଲା ଭାବେ ଲାଗୁ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସଂଘ ଏନେଇ ବାରମ୍ବାର ରାଜ୍ୟ ସରକାରଙ୍କ ନିକଟରେ ଦାବି କରି ଆସୁଥିବାବେଳେ ଗତ ୧୪ ତାରିଖରେ ବିଏମ୍‌ସି କମିଶନର ଏବଂ ଅବସରପ୍ରାପ୍ତ ସଂଘ କର୍ମଚାରୀଙ୍କ ମଧ୍ୟରେ ବିଏମ୍‌ସି କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅବସରପ୍ରାପ୍ତ କର୍ମଚାରୀ ସେମାନଙ୍କ ଦାବି ପୁନଃ ଉପସ୍ଥାପନ କରିଥିବାବେଳେ ପେନ୍‌ସନ ପାଇବା ନେଇ ଯେପରି ଭବିଷ୍ୟତରେ ଆଉ କୌଣସି ସମସ୍ୟା ନ ଉପୁଜେ, ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି କୁହାଯାଇଥିଲା। ଅବସର ନେବାର ୧ବର୍ଷ ପୂର୍ବରୁ ପେନ୍‌ସନ ପାଇବା ନିମିତ୍ତ ସମସ୍ତ ପ୍ରକ୍ରିୟା ଆରମ୍ଭ ହେବ। ଅବସର ନେବା ଦିନ ହିଁ ସେମାନଙ୍କର ଫାଇନାଲ୍‌ ପେନ୍‌ସନ ଅନୁମୋଦନ କରାଯିବ। ଯଦି କୌଣସି କାରଣରୁ ଉପରୋକ୍ତ ଦିନ ପେନ୍‌ସନ ଅନୁମୋଦିତ ନ ହୋଇ ପାରିଲା, ତେବେ ସେମାନଙ୍କ ପାଇଁ ପ୍ରୋଭିଜ୍‌ନାଲ୍‌ ପେନ୍‌ସନ୍‌ ଅନୁମୋଦନ କରିବା ବାଧ୍ୟତାମୂଳକ ହେବ। ଅତିରିକ୍ତ କମିଶନର-୨ଙ୍କ ଦ୍ୱାରା ପ୍ରତି ମାସର ଶେଷ ଦିନରେ ପେନ୍‌ସନ ବିଭାଗର ବୈଠକ ବସିବ। ଯଦି ସମ୍ପୃକ୍ତ ଦିନ ସରକାରୀ ଛୁଟି ଥାଏ ତେବେ ଏହାର ପୂର୍ବଦିନ ବୈଠକ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ଆଲୋଚନା ସଫଳ ହେବା ସହ ବର୍ଦ୍ଧିତ ଗ୍ରାଚ୍ୟୁଇଟି ଯଥାଶୀଘ୍ର ଲାଗୁ କରିବା ପାଇଁ ସହମତି ପ୍ରଦାନ କରିଥିବାରୁ ସଂଘ ପକ୍ଷରୁ ବିଏମ୍‌ସିକୁ ଧନ୍ୟବାଦ ଜଣାଯାଇଛି। ଏଥିସହ ପେନ୍‌ସନ୍‌ ପେପର ଗ୍ରହଣ ବ୍ୟବସ୍ଥାକୁ ଅନ୍‌ଲାଇନ୍‌ ମୋଡ୍‌ ମାଧ୍ୟମରେ କରିବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri