ଟିକା ନେବା ପରେ ଚିକିତ୍ସାଳୟ ଯିବା ଦରକାର ନାହିଁ

ଭୁବନେଶ୍ୱର,୨୯ା୧୧: ସାରା ଦେଶରେ କୋଭିଡ୍‌-୧୯ର ଭୟ ବର୍ତ୍ତମାନ ମଧ୍ୟ ସମସ୍ତଙ୍କୁ ଚକିତ କରି ରଖିଛି। ଏହି ମହାମାରୀକୁ ରୋକିବା ପାଇଁ ଟିକାର ଆବଶ୍ୟକତା ରହିଛି। ହେଲେ ଟିକା ନେବା ପରେ ଆଉ ଚିକିତ୍ସାଳୟ ଯିବା ଠିକ୍‌ ନୁହେଁ। ଏହିି ଭୟାନକ ସଂକ୍ରମଣ କେତେବେଳେ ଯେ ଜଣଙ୍କଠାରୁ ଅନ୍ୟ ଜଣଙ୍କ ପାଖକୁ ଯାଏ ତାହା କହିହେବ ନାହିଁ। ଟିକା ନେଇସାରିବା ପରେ ଏହା ଆଉ ସଂକ୍ରମିତ ହେବନାହିଁ। ଏପରିକି ଟିକା ନେବା ପରେ ହସ୍ପିଟାଲ ଯିବାର ଆବଶ୍ୟକତା ନାହିଁ। କରୋନା ଟିକା ପ୍ରସ୍ତୁତ କରୁଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ସିଇଓ ଅଦାର ପୁନାୱାଲା ଏ ନେଇ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ ଏ ବିଷୟରେ ବିସ୍ତୃତ ସୂଚନା ଦେଇଛନ୍ତି। ଏହି କମ୍ପାନୀ ଦ୍ୱାରା ପ୍ରସ୍ତୁତ ହେଉଥିବା ଟିକାର ନାମ କୋଭିଶିଲ୍ଡ ରହିଛି। ଏହି ଟିକା ନେବା ପରେ ମୃତ୍ୟୁ ହାର ମଧ୍ୟ କମିବ ବୋଲି କମ୍ପାନୀ ପକ୍ଷରୁ ଦାବି କରାଯାଇଛି। ସେହିଭଳି ହସ୍ପିଟାଲ ଯିବା ସଂଖ୍ୟା ଶୂନ ପ୍ରତିଶତ ହେବା ସମ୍ଭାବନା ରହିଛି। ସେହିପରି ଭାଇରସ୍‌ର ପ୍ରଭାବ ୬୦% କମିବ। କୋଭିଶିଲ୍ଡର ପରୀକ୍ଷା ହେବା ବେଳେ ଏହିସବୁ ପରିଣାମ ଆସିଛି ବୋଲି କମ୍ପାନୀର ସିଇଓ ସୂଚନା ଦେଇଛନ୍ତି। ଉକ୍ତ ଟିକା ସହ ଜଡିତ ସମସ୍ତ ସୂଚନା ଭାରତର ପ୍ରଧାନମନ୍ତ୍ରୀଙ୍କୁ ଦିଆଯାଇଛି। ଟିକା ପ୍ରସ୍ତୁତିକୁ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିବା ସୂଚନା ମିଳିଛି। ଶନିବାର ମୋଦି ସେରମ୍‌ ଲାବରେଟୋରି ପରିଦର୍ଶନକରି ଆସିବା ପରେ ପୁନାୱାଲା ଏହା କହିଛନ୍ତି। ପୁନାୱାଲା ଆହୁରି କହିଛନ୍ତି, ସରକାର କେତେ ଡୋଜ କିଣିବେ ଏପର୍ଯ୍ୟନ୍ତ ସ୍ଥିର କରିନାହାନ୍ତି। ୨୦୨୧ ଜୁଲାଇ ସୁଦ୍ଧା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୩୦୦ ରୁ ୪୦୦ ନିୟୁତ ଡୋଜ୍‌ ଅର୍ଡର କରିବା ନେଇ ବିଚାର କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

ହର୍ମୁଜ ସଙ୍କଟ ନ ଯାଉଣୁ ପୁଣି ରାସ୍ତାରେ କଣ୍ଟା ବିଛାଇଲା ଇରାନ, ଏବେ ଛଟପଟ ହେବେ ସାରା ଦେଶ

ନୂଆଦିଲ୍ଲୀ,୨୬।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ, ହର୍ମୁଜ ପ୍ରଣାଳୀ ସବୁଠାରୁ ଚର୍ଚ୍ଚିତ ବିଷୟ ହୋଇଆସିଛି। ଏହାର ଗୁରୁତ୍ୱ ଏହି ଯେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri