ଗହମ ଆମଦାନୀର ଆବଶ୍ୟକତା ନାହିଁ, ଭାରତ ପାଖରେ ରହିଛି ପର୍ଯ୍ୟାପ୍ତ ଷ୍ଟକ୍‌…

ନୂଆଦିଲ୍ଲୀ, ୨୧।୮ : ଗହମ ଆମଦାନୀ ରିପୋର୍ଟକୁ କେନ୍ଦ୍ର ସରକାର ଖଣ୍ଡନ କରିଛନ୍ତି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ କହିଛି, ଭାରତ ଗହମ ଆମଦାନୀ କରିବା ପାଇଁ ସେପରି କୌଣସି ଯୋଜନା ନାହିଁ। ଆମର ଘରୋଇ ଆବଶ୍ୟକତା ପୂରଣ କରିବା ପାଇଁ ଦେଶରେ ପର୍ଯ୍ୟାପ୍ତ ପରିମାଣର ଷ୍ଟକ ଅଛି ଏବଂ ଖାଦ୍ୟ ବଣ୍ଟନ ନିଗମର ଭାରତରେ ମଧ୍ୟ ସାଧାରଣ ବଣ୍ଟନ ପାଇଁ ପର୍ଯ୍ୟାପ୍ତ ପରିମାଣର ଷ୍ଟକ ରହିଛି। କେତେକ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା ଯେ ଭାରତ ଅନ୍ୟ ଦେଶରୁ ଗହମ ଆମଦାନୀ କରିବାକୁ ଚିନ୍ତା କରୁଛି।

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ବିଶ୍ୱରେ ସୃଷ୍ଟି ହୋଇଥିବା ଅସ୍ଥିରତା ମଧ୍ୟରେ ଭାରତ ସମଗ୍ର ବିଶ୍ୱକୁ ଖାଦ୍ୟ ଯୋଗାଇବାକୁ ସକ୍ଷମ ଥିବା ଦାବି କରିଥିଲା। ପ୍ରକୃତରେ, ବ୍ଲୁମବର୍ଗ ଏହାର ଏକ ରିପୋର୍ଟରେ କହିଥିଲା ଯେ ଉତ୍ତାପ ବଢ଼ିବା ଦ୍ୱାରା ଗହମ ଉତ୍ପାଦନ କମିବାରେ ଲାଗିଥିବାରୁ ଏବଂ ଦେଶରେ ଦରଦାମ ବୃଦ୍ଧି ଯୋଗୁ ଗହମ ଆମଦାନୀ କରିବାକୁ ସରକାରବାଧ୍ୟ ହୋଇପାରନ୍ତି।

ଏହି ଖବର ପ୍ରକାଶ କରି ନ୍ୟୁଜ ଏଜେନ୍ସି ବ୍ଲୁମବର୍ଗ କହିଛନ୍ତି ଯେ ଅର୍ଥ ମନ୍ତ୍ରଣାଳୟ ଏହା ସହ ଜଡିତ ମନ୍ତବ୍ୟ ମାଗିଥିବା ଇମେଲର କୌଣସି ପ୍ରତିକ୍ରିୟା ଦେଇ ନାହିଁ। ଏଥିସହିତ ଖାଦ୍ୟ ଓ ବାଣିଜ୍ୟ ମନ୍ତ୍ରଣାଳୟର ମୁଖପାତ୍ର ମଧ୍ୟ ଏହାର ଉତ୍ତର ଦେବାକୁ ମନା କରି ଦେଇଛନ୍ତି। ବୁଧବାର ଭାରତ ଗହମ ଉତ୍ପାଦନ ପାଇଁ ଏକ ବର୍ଦ୍ଧିତ ଆକଳନ ଉପସ୍ଥାପନ କରିଥିବାବେଳେ ଅନ୍ୟ ପୂର୍ବାନୁମାନକାରୀ ଏବଂ ବ୍ୟବସାୟୀମାନେ ଉତ୍ତାପ ଲହର ଯୋଗୁଁ ଉତ୍ପାଦନ ପରିମାଣକୁ କମ ବୋଲି କହୁଛନ୍ତି। କୃ

ଷି ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ନୂତନ ଆକଳନ ଅନୁଯାୟୀ ସରକାର କହିଛନ୍ତି ଯେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଶସ୍ୟ ଉତ୍ପାଦନକାରୀ ଭାରତ ୨୦୨୨ମସିହାରେ ୧୦୬.୮୪ ନିୟୁତ ଟନ ଗହମ ଅମଳ କରିଛି। ଯାହା ପୂର୍ବ ଆକଳନ ଠାରୁ ୧୦୬.୪୧ ନିୟୁତ ଟନ ତୁଳନାରେ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri