Posted inଜାତୀୟ

ବାପା ହେଲେ କ’ଣ ହେଲା, ଆଇନ ଊର୍ଦ୍ଧ୍ୱରେ କେହି ନୁହନ୍ତି

ରାୟପୁର,୫।୯: ବ୍ରାହ୍ମଣମାନଙ୍କୁ ବାସନ୍ଦ କରିବା ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବାପା ନନ୍ଦ କୁମାର ବାଘେଲ। ଏଥି ଯୋଗୁ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।

ନିକଟରେ ଉତ୍ତରପ୍ରଦେଶ ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶଙ୍କ ବାପା କହିଥିଲେ, ବ୍ରାହ୍ମଣମାନଙ୍କୁ ଗାଁରେ ପୂରେଇ ନ ଦେବା ପାଇଁ ମୁଁ ଗ୍ରାମବାସୀଙ୍କୁ ଆହ୍ବାନ ଦେଉଛି। ସେମାନଙ୍କ ବାସନ୍ଦ କରିବା ପାଇଁ ମୁଁ ଅନ୍ୟ ସମ୍ପ୍ରଦାୟ ସହ ଆଲୋଚନା କରିବି। ସେମାନଙ୍କୁ ଭୋଲଗା ନଦୀ କୂଳକୁ ଫେରିବାକୁ ପଡ଼ିବ। ଏଭଳି ମନ୍ତବ୍ୟ ଲାଗି ସିନିୟର ବାଘେଲଙ୍କ ବିରୋଧରେ ସର୍ବ ବ୍ରାହ୍ମିଣ ସମାଜ ପକ୍ଷରୁ ଡିଡି ନଗର ଥାନାରେ ଶନିବାର ରାତିରେ ଅଭିଯୋଗ କରାଯାଇଥିଲା।

ଏ ଘଟଣା ଉପରେ ମୁଖ୍ୟମନ୍ତ୍ରୀ ଭୁପେଶ କହିଛନ୍ତି, ଆଇନ ଊର୍ଦ୍ଧ୍ୱରେ କେହି ନୁହନ୍ତି। ଉକ୍ତ ବ୍ୟକ୍ତି ମୋ ବାପା, ହେଲେ କ’ଣ ହେଲା। ଛତିଶଗଡ଼ ସରକାର ପ୍ରତ୍ୟେକ ଧର୍ମ, ସମ୍ପ୍ରଦାୟ ଓ ସେମାନଙ୍କ ଭାବନକୁ ସମ୍ମାନ ଦିଏ। ନିର୍ଦ୍ଧିଷ୍ଟ ସମ୍ପ୍ରଦାୟ ଉପରେ ମନ୍ତବ୍ୟ ଦେଇ ମୋ ବାପା ଶାନ୍ତି ଭଙ୍ଗ କରିଛନ୍ତି। ମୁଁ ତାଙ୍କ ମନ୍ତବ୍ୟ ଲାଗି ଦୁଃଖିତ। ଆମ ରାଜନୈତିକ ମତ ଓ ବିଶ୍ୱାସ ସମାନ ନୁହେଁ। ଜଣେ ପୁଅ ଭାବେ ମୁଁ ତାଙ୍କୁ ସମ୍ମାନ କରେ, କିନ୍ତୁ ଜଣେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ଭୁଲ କ୍ଷମଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri