ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରା ଯାଇଛି । ଗଞ୍ଜାମରୁ କୌଣସି ଲୋକ ସହର ବାହାରକୁ ଯାଇପାରିବେନି କିମ୍ବା ସହରକୁ ବାହାର ଲୋକ ଆସି ପାରିବେନି । ଏଥିପାଇଁ ମଙ୍ଗଳବାର ସକାଳୁ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ଏସଆଇ ଶ୍ରୀଚନ୍ଦନ ବେହେରା, ମହିଳା ଏସଆଇ ଉର୍ମିଳା ସେଠୀ ଓ ଅନ୍ୟ ଷ୍ଟାଫ ସୂର୍ଯ୍ୟ ନାରାୟଣପୁର ଛକଠାରେ ବାଇକ ଆରୋହୀଙ୍କୁ ଛାଡି ନ ଥିଲେ । କେବଳ ମେଡିକାଲ କାମରେ ଆସୁଥିବା ବ୍ୟକ୍ତିଙ୍କୁ ଛଡା ଯାଉଥିବା ଦେଖିବାକୁ ମିଳିଥିଲା l ଏହା ଦ୍ୱାରା କରୋନା ଆକ୍ରାନ୍ତ ସଂଖ୍ୟା କିଛି ମାତ୍ରାରେ କମିବ ବୋଲି ଥାନା ଆଇଆଇସି ସାହୁ ସୂଚନା ଦେଇଛନ୍ତି । ଝିପିଝିପି ବର୍ଷା ସତ୍ତ୍ୱେ ଗଞ୍ଜାମ ଥାନା ପୋଲିସର ଏହି କାର୍ଯ୍ୟକୁ ସହରବାସୀ ପ୍ରଶଂସା କରିଛନ୍ତି ।
ସୂଚନାଯୋଗ୍ୟ, ଗତ ୯ ରୁ ୧୩ ପର୍ଯ୍ୟନ୍ତ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶଟ୍‌ଡାଉନ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri