ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରା ଯାଇଛି । ଗଞ୍ଜାମରୁ କୌଣସି ଲୋକ ସହର ବାହାରକୁ ଯାଇପାରିବେନି କିମ୍ବା ସହରକୁ ବାହାର ଲୋକ ଆସି ପାରିବେନି । ଏଥିପାଇଁ ମଙ୍ଗଳବାର ସକାଳୁ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ଏସଆଇ ଶ୍ରୀଚନ୍ଦନ ବେହେରା, ମହିଳା ଏସଆଇ ଉର୍ମିଳା ସେଠୀ ଓ ଅନ୍ୟ ଷ୍ଟାଫ ସୂର୍ଯ୍ୟ ନାରାୟଣପୁର ଛକଠାରେ ବାଇକ ଆରୋହୀଙ୍କୁ ଛାଡି ନ ଥିଲେ । କେବଳ ମେଡିକାଲ କାମରେ ଆସୁଥିବା ବ୍ୟକ୍ତିଙ୍କୁ ଛଡା ଯାଉଥିବା ଦେଖିବାକୁ ମିଳିଥିଲା l ଏହା ଦ୍ୱାରା କରୋନା ଆକ୍ରାନ୍ତ ସଂଖ୍ୟା କିଛି ମାତ୍ରାରେ କମିବ ବୋଲି ଥାନା ଆଇଆଇସି ସାହୁ ସୂଚନା ଦେଇଛନ୍ତି । ଝିପିଝିପି ବର୍ଷା ସତ୍ତ୍ୱେ ଗଞ୍ଜାମ ଥାନା ପୋଲିସର ଏହି କାର୍ଯ୍ୟକୁ ସହରବାସୀ ପ୍ରଶଂସା କରିଛନ୍ତି ।
ସୂଚନାଯୋଗ୍ୟ, ଗତ ୯ ରୁ ୧୩ ପର୍ଯ୍ୟନ୍ତ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶଟ୍‌ଡାଉନ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?