ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ ସଚେତନତା ପାଇଁ ଯେତିକି ସକ୍ରିୟ ଅଛି ବୋଲି କହୁଛି, ନିଜ କାର୍ଯ୍ୟାଳୟରେ ସେତିକି ନିଷ୍କ୍ରିୟ ଥିବା ପରି ମନେହେଉଛି। ଦୀପ ତଳ ଅନ୍ଧାର ଭଳି ସିଏମ୍‌ସିର ବିଜୁ ଭବନ ଓ ବିକାଶ ଭବନରେ ଲୋକଙ୍କ ଭିଡ଼ ଲାଗୁଛି। ସାମାଜିକ ଦୂରତା ରହୁନି। କରୋନା ଗାଇଡ୍‌ଲାଇନ୍‌କୁ କେହି ମାନୁନାହାନ୍ତି।

ସିଏମ୍‌ସି ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୨୮ଶହ ସଂକ୍ରମିତ ଚିହ୍ନଟ ହୋଇସାରିଲେଣି। ସେଥିରୁ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ସ୍ଥିତିରେ ସିଏମ୍‌ସିର ବିଜୁ ଭବନ ଓ ବିକାଶ ଭବନ କାର୍ଯ୍ୟାଳୟକୁ ଯେତେବେଳେ ସାଧାରଣ ଲୋକ ଆସୁଛନ୍ତି, କରୋନା ପାଇଁ ଥିବା ସମସ୍ତ ନିୟମ କଡ଼ାକଡ଼ି ପାଳନ ହେବା କଥା। ଉଭୟ କାର୍ଯ୍ୟାଳୟକୁ ଦୈନିକ ବହୁ ଲୋକ ନିଜର କାର୍ଯ୍ୟ ପାଇଁ ଆସୁଛନ୍ତି। ବିକାଶ ଭବନରେ ଥିବା ଜନ୍ମ ମୃତ୍ୟୁ ପଞ୍ଜୀକରଣ ବିଭାଗରେ ଅତ୍ୟଧିକ ଭିଡ଼ ରହୁଛି। ନଗର ସ୍ବାସ୍ଥ୍ୟ ବିଭାଗ ଏହି କାର୍ଯ୍ୟାଳୟରେ ରହିଥିଲେ ମଧ୍ୟ ସାନିଟାଇଜର କିମ୍ବା ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ନାହିଁ। ସାମାଜିକ ଦୂରତ୍ୱ ରଖିବାକୁ ଯେଉଁ ରୋପ୍‌ ରହିଛି, ତାହା କାମରେ ଲାଗୁନାହିଁ। ସିଏମ୍‌ସିର କର୍ମଚାରୀ ଓ ଅଧିକାରୀଙ୍କ ଆଗରେ ଏଭଳି ହେଉଥିଲେ ମଧ୍ୟ ପଦକ୍ଷେପ ଶୂନ। ଏନେଇ ସିଏମ୍‌ସିର ଯୁଗ୍ମ କମିଶନର ସୁମିତା ସରକାର କହିଛନ୍ତି, ସିଏମ୍‌ସି କଡ଼ା କାର୍ଯ୍ୟାନୁଷ୍ଠାନ ନେଉଛି। ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଛି। କିନ୍ତୁ ସେମାନେ ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri