ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି ମୁଖ୍ୟମନ୍ତ୍ରୀ ଏଭଳି ଆଡମ୍ବରପୂର୍ଣ୍ଣ ଜିଲା ଗସ୍ତ କରୁ ନ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଜିର ଗସ୍ତ ପୂର୍ବରୁ ସରକାରୀ କଳକୁ ଅପବ୍ୟବହାର କରି ଶାସକ ବିଜେଡିର ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କଠାରୁ ଆରମ୍ଭକରି ଛାମୁଆ ନେତା ନୂଆପଡ଼ାରେ ଡେରା ପକାଇଛନ୍ତି। ଏପରିକି ସମ୍ପୂର୍ଣ୍ଣ ଶାସନ ବ୍ୟବସ୍ଥା ନୂଆପଡ଼ାକୁ ସ୍ଥାନାନ୍ତର ହୋଇଯାଇଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲା ଗସ୍ତ କରି ନିଜ ଭାବମୂର୍ତ୍ତିକୁ ସଜାଡିବାର କେବଳ ପ୍ରହସନ କରୁଛନ୍ତି। କେନ୍ଦ୍ରୀୟ ଅନୁଦାନ ଅର୍ଥରେ ରାଜ୍ୟରେ ପ୍ରତିଷ୍ଠିତ ହେଉଥିବା ବିଭିନ୍ନ ପ୍ରକଳ୍ପର ନାଲିଫିତା କାଟିବାରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ ବୋଲି ପ୍ରଦୀପ ତାତ୍ସଲ୍ୟ କରି କହିଛନ୍ତି। ସେ ଆହୁରି କହିଛନ୍ତି, ୨୦ ବର୍ଷ ତଳରୁ ଶୁଭାରମ୍ଭ ଦିଆଯାଇଥିବା ଏବଂ ଆଜିର ଉଦ୍‌ଘାଟନ ହୋଇଥିବା ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ଅଧୀନରେ ଥିବା କେନାଲଗୁଡିକର ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିବା ଯୋଗୁ ପାଣି ଯାଇପାରିବ ନାହିଁ। ଏହି ଉଦ୍‌ଘାଟନର ଉଦ୍ଦେଶ୍ୟ କ’ଣ ବୋଲି ପୁରୋହିତ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅର୍ଥରେ ନିର୍ମିତ ଏହି ପ୍ରକଳ୍ପକୁ ଦଳୀୟ ଭିତ୍ତିରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ସଂଘୀୟ ବ୍ୟବସ୍ଥାକୁ ଅବମାନନା କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri