Posted inଜାତୀୟ

‘ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, କହିବାକୁ ସାହସ ଦରକାର’: ଅଶୋକ ଗେହଲୋଟ

ଜୟପୁର,୧୭ ।୧୦: କଂଗ୍ରେସ ଅଧ୍ୟକ୍ଷ ପଦର ନିର୍ବାଚନ ସୋମବାର ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ଅର୍ଥାତ୍ ରବିବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଦଳର ଶୀର୍ଷ ପଦ ପାଇଁ ମନା କରି ବହୁତ ବଡ ତ୍ୟାଗ କରିଛନ୍ତି ।
ଖବରଦାତାଙ୍କ ସହ କଥା ହେବା ସମୟରେ ଗେହଲୋଟ କହିଛନ୍ତି, ଆମେ ସମସ୍ତେ ଏହି ନିର୍ବାଚନର ଅଂଶ ହେବୁ, ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଛି । ଏହା ଏକ ନୂଆ ଆରମ୍ଭ ହେବ । ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ବହୁତ ବଡ ତ୍ୟାଗ କରିଛନ୍ତି, ଯେତେବେଳେ ସେମାନେ କହିଥିଲେ କି ଗାନ୍ଧୀ ପରିବାରରୁ କେହି ଅଧ୍ୟକ୍ଷ ହେବେ ନାହିଁ ଏହା କହିବାକୁ ସାହସ ଦରକାର ।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରଥମଥର ଲାଗି ଗାନ୍ଧୀ ପରିବାର ବାହାରୁ ଦୁଇ ଜଣ ବରିଷ୍ଠ ନେତା ସାମ୍ନା ସାମ୍ନି ହୋଇଛନ୍ତି । ଗୋଟିଏ ପଟେ ମଲ୍ଲିକାର୍ଜୁନ ଖର୍ଗେ ଓ ଅନ୍ୟ ପଟେ ଶଶି ଥରୁର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢୁଛନ୍ତି । ତେବେ ଖର୍ଗେଙ୍କ ସମର୍ଥନ ଅଧିକ ଥିବା ଅନୁମାନ କରାଯାଉଥିବା ବେଳେ ଥରୁର ହୁଏତ ପଛରେ ରହିଯାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri