କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ନଦୀଗାଁ ପଞ୍ଚାୟତ ବଡ଼ତିରଣ ଗାଁରେ। ଗ୍ରାମର ବର୍ଷୀୟାନ କଳାକାର ବାସୁଦେବ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ଗୃହ ସଙ୍ଗରୋଧରେ ଥିବା ବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ପୁଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଭଦ୍ରକ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ପରିବାରର ସମସ୍ତ ସଦସ୍ୟ ଜ୍ୱର ଥଣ୍ଡାରେ ଆକ୍ରାନ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ବାସୁଦେବଙ୍କ ମୃତ୍ୟୁ ଘଟିଥିବା ବେଳେ ଭୟରେ ଗାଁ ଲୋକ ମୃତଦେହ ଛୁଇଁ ନ ଥିଲେ। ଏ ସମ୍ପର୍କରେ ଖବର ପାଇ ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଓ ନଦୀଗାଁ ସରପଞ୍ଚ ମନୋଜ ରାୟ ମହାପାତ୍ରଙ୍କ ସହ ସ୍ବାସ୍ଥ୍ୟକର୍ମୀ ପହଞ୍ଚି ପିପିଇ କିଟ୍‌ ପିନ୍ଧି ମୃତଦେହକୁ କାନ୍ଧ ଦେଇଥିଲେ। ଗ୍ରାମ ନିକଟ ଶ୍ମଶାନରେ ଶେଷକୃତ୍ୟ କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri