କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ, ଦୋକାନ ବଜାର ବନ୍ଦ କରି କଂଗ୍ରେସ କର୍ମୀମାନେ ବନ୍ଦ ପାଳନ କରିଥିଲେ। ହେଲେ ପୂର୍ବରୁ କଂଗ୍ରେସର ଗଡ଼ କୁହାଯାଉଥିବା ଜିଲାର ଜୁନାଗଡ଼ ସହରରେ କିନ୍ତୁ ଏହାର ଚିତ୍ର ଓଲଟା ଦେଖିବାକୁ ମିଳିଥିଲା। ଏଠାରେ ସ୍ଥାନୀୟ କଂଗ୍ରେସ ପକ୍ଷରୁ କୌଣସି କର୍ମକର୍ତ୍ତା ବନ୍ଦ ପାଳନ କରି ନ ଥିଲେ। ଫଳରେ ଦୋକାନ ବଜାର, ଯାନବାହାନ ଚଳାଚଳ ସ୍ବାଭାଭିକ ରହିଥିଲା। ମଧ୍ୟାହ୍ନରେ ଜଣେ ମାତ୍ର କଂଗ୍ରେସ କର୍ମୀ ଭାବେ ଯୁବ ଆଇନଜୀବୀ ଚିତ୍ତରଞ୍ଜନ ନିଆଲ ବନ୍ଦ ପାଳନକୁ ସମର୍ଥନ ଜଣାଇ ୨୬ ନମ୍ବର ଜାତୀୟ ରାଜପଥ ହାତୀନଦୀ ବ୍ରିଜରେ ଛିଡାହୋଇ ଦଳୀୟ ପତକା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜଣେ ମାତ୍ର କଂଗ୍ରେସ କର୍ମୀ ବନ୍ଦ ପାଳନରେ ଆସିଥିବା ସଂକ୍ରାନ୍ତରେ ଚିତ୍ତ ରଞ୍ଜନଙ୍କୁ ପଚାରିବାରୁ ଯେଉଁମାନେ କଂଗ୍ରେସକୁ ଭଳ ପାଉଛନ୍ତି ସେମାନେ ଆଜିର ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ମୁଁ ଜଣେ ସଚ୍ଚୋଟ କଂଗ୍ରେସ ପ୍ରେମୀ ଏବଂ ଦଳ ପାଇଁ କାମ କରୁଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?