କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ, ଦୋକାନ ବଜାର ବନ୍ଦ କରି କଂଗ୍ରେସ କର୍ମୀମାନେ ବନ୍ଦ ପାଳନ କରିଥିଲେ। ହେଲେ ପୂର୍ବରୁ କଂଗ୍ରେସର ଗଡ଼ କୁହାଯାଉଥିବା ଜିଲାର ଜୁନାଗଡ଼ ସହରରେ କିନ୍ତୁ ଏହାର ଚିତ୍ର ଓଲଟା ଦେଖିବାକୁ ମିଳିଥିଲା। ଏଠାରେ ସ୍ଥାନୀୟ କଂଗ୍ରେସ ପକ୍ଷରୁ କୌଣସି କର୍ମକର୍ତ୍ତା ବନ୍ଦ ପାଳନ କରି ନ ଥିଲେ। ଫଳରେ ଦୋକାନ ବଜାର, ଯାନବାହାନ ଚଳାଚଳ ସ୍ବାଭାଭିକ ରହିଥିଲା। ମଧ୍ୟାହ୍ନରେ ଜଣେ ମାତ୍ର କଂଗ୍ରେସ କର୍ମୀ ଭାବେ ଯୁବ ଆଇନଜୀବୀ ଚିତ୍ତରଞ୍ଜନ ନିଆଲ ବନ୍ଦ ପାଳନକୁ ସମର୍ଥନ ଜଣାଇ ୨୬ ନମ୍ବର ଜାତୀୟ ରାଜପଥ ହାତୀନଦୀ ବ୍ରିଜରେ ଛିଡାହୋଇ ଦଳୀୟ ପତକା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜଣେ ମାତ୍ର କଂଗ୍ରେସ କର୍ମୀ ବନ୍ଦ ପାଳନରେ ଆସିଥିବା ସଂକ୍ରାନ୍ତରେ ଚିତ୍ତ ରଞ୍ଜନଙ୍କୁ ପଚାରିବାରୁ ଯେଉଁମାନେ କଂଗ୍ରେସକୁ ଭଳ ପାଉଛନ୍ତି ସେମାନେ ଆଜିର ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ମୁଁ ଜଣେ ସଚ୍ଚୋଟ କଂଗ୍ରେସ ପ୍ରେମୀ ଏବଂ ଦଳ ପାଇଁ କାମ କରୁଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri