ଦଳରେ କେହି ଅସନ୍ତୁଷ୍ଟ ନାହାନ୍ତି: ଶରତ

ଭୁବନେଶ୍ୱର,୨୩।୭(ଅନିଲ ଦାସ): ରାଜ୍ୟ କଂଗ୍ରେସରୁ ୨ଜଣ ବରିଷ୍ଠ ନେତା ବିଧାୟକ ମହମ୍ମଦ ମୋକିମ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିବା ପରେ ରାଜ୍ୟ କଂଗ୍ରେସରେ ଦୁଇଟି ଗୋଷ୍ଠୀ ମୁଣ୍ଡ ଟେକିଛି।
ଗୋଟିଏ ପଟେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଚାଲିଥିବା ବେଳେ ଅନ୍ୟପଟେ ଦଳୀୟ ଶୀର୍ଷ ନେତାଙ୍କ ନିଷ୍ପତ୍ତି ଓ ନେତୃତ୍ୱକୁ ବିରୋଧ କରାଯାଇଛି। କେବଳ ସେତିକି ନୁହେଁ, କାର୍ଯ୍ୟକାରିଣୀ ପୂର୍ବରୁ ବସିଥିବା ରାଜନୈତିକ ବ୍ୟାପାର ବୈଠକରେ ମୋକିମ ଏବଂ ଚିରଞ୍ଜୀବଙ୍କ ନିଲମ୍ବନ ପ୍ରସଙ୍ଗ ଉଠିଥିଲା। ଗୋଟିଏ ଗୋଷ୍ଠୀ ସମର୍ଥନରେ ବାହାରିଥିବା ବେଳେ ଆଉ କେତେକ ନିଲମ୍ବନକୁ ବିରୋଧ କରିଥିଲେ। ରାଜସ୍ଥାନର ଗେହଲଟ-ପାଇଲଟ୍‌ ବିବାଦକୁ ଯେପରି ବିନା କାର୍ଯ୍ୟାନୁଷ୍ଠାନରେ ଆଲୋଚନା ମାଧ୍ୟମରେ ସମାଧାନ କରାଗଲା, ଓଡ଼ିଶାରେ କାହିଁକି ସେଭଳି ନୀତି ଆପଣା ଗଲାନାହିଁ ବୋଲି ମଧ୍ୟ ବୈଠକରେ ମତପ୍ରକାଶ ପାଇଛି। ଏହାଛଡ଼ା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି। ଦରଦାମ ବୃଦ୍ଧି, ବେକାରି, ଚିଟ୍‌ଫଣ୍ଡ, ପଛୁଆ ବର୍ଗ ପ୍ରତି ଅବହେଳା, ମହିଳାଙ୍କ ସୁରକ୍ଷା, ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହାକୁ ଆଧାର କରି ୨୦୨୪ ରଣନୀତି ପ୍ରସ୍ତୁତ କରିବାକୁ ଦଳ ଯୋଜନା କରିଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦଳର ବରିଷ୍ଠ ନେତା ଓ କର୍ମକର୍ତ୍ତା ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।
ଅନ୍ୟପକ୍ଷରେ ନିଲମ୍ବନକୁ ମୋକିମ-ଚିରଞ୍ଜୀବଙ୍କ ସମର୍ଥକ ସହଜରେ ହଜମ କରିପାରୁନାହାନ୍ତି। ପ୍ରତିବାଦର ସ୍ବର ଥମିବାର ନାଁ ଧରୁନି । ଶୁକ୍ରବାର କଂଗ୍ରେସ ଭବନରେ ହୋହଲ୍ଲା କରିବା ପରେ ଶନିବାର କଟକରେ ବହୁ କଂଗ୍ରେସ କର୍ମୀ ମୌନ ପ୍ରତିବାଦ କରି ଦୁଇ ନେତାଙ୍କ ନିଲମ୍ବନ ହଟାଇବାକୁ ଦାବି କରିଛନ୍ତି। ଫଳରେ କଂଗ୍ରେସ କନ୍ଦଳ ବଢ଼ି ବଢ଼ି ଚାଲିଛି। ଏପରି ସ୍ଥଳେ ଦଳ ବିଦ୍ରୋହୀଙ୍କୁ କିପରି ପରିଚାଳନା କରି ନିର୍ବାଚନକୁ ଓହ୍ଲାଇବ ତାହା ବଡ଼ ପ୍ରଶ୍ନ ହୋଇଛି। ତେବେ ପିସିସି ସଭାପତି ଶରତ କହିଛନ୍ତି, ଦଳରେ କୌଣସି ଲୋକ ଅସନ୍ତୁଷ୍ଟ ନାହାନ୍ତି। ସମସ୍ତେ ସନ୍ତୁଷ୍ଟ ଅଛନ୍ତି। ଯାହା ବି ହୋଇଛି ତାହା କଂଗ୍ରେସ ପରିବାରର କଥା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri