Posted inଜାତୀୟ

କେହି ସୀମା ଲଂଘିବା ଅନୁଚିତ

ନୂଆଦିଲ୍ଲୀ,୧୧ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେରର ସରକାରୀ ବ୍ୟବହାର ନେଇ ତଦନ୍ତ କରାଇବା ଲାଗି ଦାଏର ଏକାଧିକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର ଶୁଣାଣିକୁ ସୁପ୍ରିମକୋର୍ଟ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ମଙ୍ଗଳବାର ଶୁଣାଣି ବେଳେ କେନ୍ଦ୍ର ପକ୍ଷରୁ ମାମଲା ପରିଚାଳନା କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସରକାରଙ୍କଠାରୁ ଏନେଇ ଆଦେଶ ନେବା ପାଇଁ ଶୁକ୍ରବାର ପର୍ଯ୍ୟନ୍ତ ସୁପ୍ରିମକୋର୍ଟଙ୍କୁ ସମୟ ମାଗିଥିଲେ। ତେବେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ଶୁକ୍ରବାର ନିଜର ବ୍ୟକ୍ତିଗତ ଅସୁବିଧା ଥିବା ଦର୍ଶାଇ ଅଗଷ୍ଟ ୧୬ରେ ଏହାର ଶୁଣାଣି ହେବ ବୋଲି ଧାର୍ଯ୍ୟ କରିଥିଲେ। ଶୁଣାଣି ତାରିଖ ଘୁଞ୍ଚାଇବା ସହ ଖଣ୍ଡପୀଠ କହିଥିଲେ, ଆବେଦନକାରୀମାନେ ସୋସିଆଲ ମିଡିଆରେ ସମାନ୍ତରାଳ ବିତର୍କ କରନ୍ତୁ ନାହିଁ। ସାମ୍ବାଦିକ ଏନ୍‌. ରାମ ଓ ଶଶୀ କୁମାରଙ୍କ ପକ୍ଷରୁ ପିଆଇଏଲ୍‌ ଦାଏର କରିଥିବା ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ, କାଲିଫର୍ନିଆରେ ପେଗାସସ୍‌ ପ୍ରସଙ୍ଗକୁ ନେଇ ଶୀର୍ଷ ଅଦାଲତରେ ପୂର୍ବ ଶୁଣାଣି ପରେ ରାମଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ୍‌ ହେବାକୁ ପଡ଼ିଥିଲା। ଖଣ୍ଡପୀଠ କହିଥିଲେ, ଆମେ ଏହା ହିଁ କହୁଛୁ। ଉଭୟ ପକ୍ଷଙ୍କୁ କହୁଛୁ ଯେ, ଏହି ପ୍ରସଙ୍ଗକୁ ନେଇ ସାମାଜିକ ଗଣମାଧ୍ୟମ ଓ ଓ୍ବେବ୍‌ସାଇଟ୍‌ଗୁଡ଼ିକରେ ବିତର୍କ କରନ୍ତୁ ନାହିଁ। ଏହା ଉପରେ କୋର୍ଟରେ ହିଁ ବିଚାର କରାଯିବା ଉଚିତ। ବ୍ୟବସ୍ଥା ଉପରେ ପକ୍ଷମାନଙ୍କ ଆସ୍ଥା ରହିବା ଜରୁରୀ। ପ୍ରକାଶ ଯେ, ଏଡିଟର୍ସ ଗିଲ୍ଡ ସମେତ ଆଉ କେତେଜଣ ଆବେଦନକାରୀ ପେଗାସସ୍‌ ଗୁପ୍ତଚରଗିରିର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିଜେଆଇ ରମନା ଏବଂ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତ ୫ ତାରିଖରେ କହିଥିଲେ, ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗ ସତ ହୋଇଥିଲେ ସାଂଘାତିକ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri