Posted inଜାତୀୟ

‘ଖାଲି ପେଟରେ କେହି ନିଦ୍ରା ନ ଯାଆନ୍ତୁ’

ନୂଆଦିଲ୍ଲୀ,୭ା୧୨(ପି.ଟି.): କେହି ଯେପରି ଖାଲି ପେଟରେ ନିଦ୍ରା ନ ଯାଆନ୍ତି, ତାହା ସୁନିଶ୍ଚିତ କରିବା ଆମ ସଂସ୍କୃତି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ଖାଦ୍ୟଶସ୍ୟ ଯେପରି ଶେଷ ବ୍ୟକ୍ତି ପାଖରେ ପହଞ୍ଚତ୍ବ ତାହା ଦେଖିବାକୁ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଇ-ଶ୍ରମ ପୋର୍ଟାଲରେ ନାମ ପଞ୍ଜୀକରଣ କରିଥିବା ପ୍ରବାସୀ ଏବଂ ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କ ସଂଖ୍ୟା ତାଲିକା ଦାଖଲ କରିବା ଲାଗି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ହିମା କୋହଲିଙ୍କ ଖଣ୍ଡପୀଠ କେନ୍ଦ୍ରକୁ କହିଛନ୍ତି। ଏନ୍‌ଏଫ୍‌ଏସ୍‌ଆଇରେ
ଶେଷ ବ୍ୟକ୍ତି ପାଖରେ ଖାଦ୍ୟଶସ୍ୟ ପହଞ୍ଚୁଛି ବୋଲି ସୁନିଶ୍ଚିତ କରାଇବା କେନ୍ଦ୍ର ସରକାରଙ୍କ ଦାୟିତ୍ୱ। ତେବେ ସରକାର କିଛି କରୁନାହାନ୍ତି ବୋଲି ଆମେ କହୁନାହୁଁ। କୋଭିଡ୍‌ ସମୟରେ ସମସ୍ତଙ୍କ ପାଖରେ ଖାଦ୍ୟଶସ୍ୟ ପହଞ୍ଚାଯାଇଥିଲା ବୋଲି ଖଣ୍ଡପୀଠ କହିଛନ୍ତି। କୋଭିଡ୍‌ ମହାମାରୀ ରୋକିବା ପାଇଁ ଲକ୍‌ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏନେଇ ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ସର୍ବୋଚ୍ଚ ଅଦାଲତ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ସାମାଜିକ କର୍ମୀ ଅଞ୍ଜଳି ଭରଦ୍ୱାଜ, ହର୍ଷ ମନ୍ଦର ଏବଂ ଜଗଦୀପ ଛୋକରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କୋର୍ଟରେ ଉପସ୍ଥିତ ରହି କହିଥିଲେ, ୨୦୧୧ ଜନଗଣନା ପରେ ଦେଶର ଲୋକସଂଖ୍ୟା ବଢ଼ିଛି। ସେହି ଅନୁଯାୟୀ ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ତେଣୁ ଯୋଗ୍ୟ ଗରିବ ହିତାଧିକାରୀମାନଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ଖାଦ୍ୟଶସ୍ୟ ଯୋଗାଇଦେବା ଆବଶ୍ୟକ ବୋଲି ସେ କହିଥିଲେ। ଭାରତରେ ମୁଣ୍ଡପିଛା ଆୟ ବଢ଼ିଥିବା ସରକାର ଦାବି କରୁଥିବାବେଳେ ବିଶ୍ୱ କ୍ଷୁଧା ତାଲିକାରେ ଭାରତ ଦ୍ରୁତ ତଳକୁ ଖସୁଥିବା ଭୂଷଣ ଦର୍ଶାଇଥିଲେ। ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ୱର୍ଯ୍ୟ ଭଟି ଉପସ୍ଥିତ ରହି ଏନ୍‌ଏଫ୍‌ଏସ୍‌ଏରେ ୮୧.୩୫ କୋଟି ଉପଭୋକ୍ତାଙ୍କୁ ରିହାତି ଦରରେ ଖାଦ୍ୟଶସ୍ୟ ଯୋଗାଇ ଦିଆଯାଉଥିବା କହିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ୮ ତାରିଖକୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri