Posted inଖେଳ

ଏମିତି ହାରିବ ଆଶା ନ ଥିଲା

ପୁଣେ,୨୬।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତକୁ ଏଭଳି ପରାଜୟ ମିଳିଛି, ଯାହା କେହି ଆଶା କରି ନ ଥିଲେ। ଭାରତ ପକ୍ଷରୁ ଧାର୍ଯ୍ୟ ୩୩୭ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ ଇଂଲଣ୍ଡ ୬.୪ ଓଭର ପୂର୍ବରୁ ୪ ଉଇକେଟ ହରାଇ ହାସଲ କରି ନେଇଛି ଭ୍ରମଣକାରୀ ଇଂଲଣ୍ଡ। ଟିମ୍‌ ଇଣ୍ଡିଆର ଏହି ଶୋଚନୀୟ ପରାଜୟ ଯୋଗୁ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧’ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା ଫାଇନାଲ ମ୍ୟାଚ୍‌ ରବିବାର ସମାନ ଭେନ୍ୟୁରେ ଖେଳାଯିବ।

୩୩୭ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ଇଂଲଣ୍ଡକୁ ଧୂଆଁଧାର ଆରମ୍ଭ ଦେଇଥିଲେ ଜାସନ ରୟ ଓ ଜନ୍ନି ବେଆରଷ୍ଟୋଙ୍କ ଓପନିଂ ଯୋଡ଼ି। ଦୁହେଁ ୧୧୦ ରନ୍‌ ଯୋଡ଼ିଥିଲେ। ରନ୍‌ ଆଉଟ୍‌ ହୋଇ ରୟ (୫୫) ପ୍ୟାଭେଲିଅନ ଫେରିବା ପରେ ବେନ ଷ୍ଟୋକ୍ସଙ୍କୁ ନିୟନ୍ତ୍ରଣରେ ରଖି ପାରି ନ ଥିଲେ କୌଣସି ଭାରତୀୟ ବୋଲର। ଷ୍ଟୋକ୍ସ ଓ ବେଆରଷ୍ଟୋ ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ି ଥିଲେ ୧୭୫ ରନ୍‌। ଶତକ ହାସଲ କରିଥିବା ବେଆରଷ୍ଟୋ(୧୨୪)ଙ୍କୁ ପ୍ରସିଦ୍ଧ କ୍ରିଷ୍ଣା ଓ ଶତକରୁ ୧ ରନ୍‌ ଦୂରରେ ଥିବା ଷ୍ଟୋକ୍ସ(୯୯)ଙ୍କୁ ଭୁବନେଶ୍ୱର କୁମାର ନେଇଥିଲେ। ହେଲେ ସେତେବେଳକୁ ଭାରତର ଜିତିବା ଆଶା ଆଉ ନ ଥିଲା। ଲିଆମ ଲିଭିଙ୍ଗଷ୍ଟୋନ ଓ ଦାଓ୍ବିଦ ମଲାନ ବାକି ରନ୍‌ କରି ଦଳକୁ ବିଜୟ ଭେଟି ଦେଇଥିଲେ। ଇଂଲଣ୍ଡ ୪୩.୨ ଓଭରରେ ୪ ଉଇକେଟ ହରାଇ ୩୩୮ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।

ପୂର୍ବରୁ ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଭାରତ ପୂରା ୫୦ ଓଭରରେ ୬ ଉଇକେଟ ହରାଇ ୩୩୬ ରନ୍‌ କରିଥିଲା। ଦଳ ପାଇଁ ଲୋକେଶ ରାହୁଲ ୧୦୮, ରିଷଭ ପନ୍ତ ୭୭ ଓ ଅଧିନାୟକ ବିରାଟ କୋହଲି ୬୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri