Posted inଖେଳ

ଏମିତି ହାରିବ ଆଶା ନ ଥିଲା

ପୁଣେ,୨୬।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତକୁ ଏଭଳି ପରାଜୟ ମିଳିଛି, ଯାହା କେହି ଆଶା କରି ନ ଥିଲେ। ଭାରତ ପକ୍ଷରୁ ଧାର୍ଯ୍ୟ ୩୩୭ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ ଇଂଲଣ୍ଡ ୬.୪ ଓଭର ପୂର୍ବରୁ ୪ ଉଇକେଟ ହରାଇ ହାସଲ କରି ନେଇଛି ଭ୍ରମଣକାରୀ ଇଂଲଣ୍ଡ। ଟିମ୍‌ ଇଣ୍ଡିଆର ଏହି ଶୋଚନୀୟ ପରାଜୟ ଯୋଗୁ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧’ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା ଫାଇନାଲ ମ୍ୟାଚ୍‌ ରବିବାର ସମାନ ଭେନ୍ୟୁରେ ଖେଳାଯିବ।

୩୩୭ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ଇଂଲଣ୍ଡକୁ ଧୂଆଁଧାର ଆରମ୍ଭ ଦେଇଥିଲେ ଜାସନ ରୟ ଓ ଜନ୍ନି ବେଆରଷ୍ଟୋଙ୍କ ଓପନିଂ ଯୋଡ଼ି। ଦୁହେଁ ୧୧୦ ରନ୍‌ ଯୋଡ଼ିଥିଲେ। ରନ୍‌ ଆଉଟ୍‌ ହୋଇ ରୟ (୫୫) ପ୍ୟାଭେଲିଅନ ଫେରିବା ପରେ ବେନ ଷ୍ଟୋକ୍ସଙ୍କୁ ନିୟନ୍ତ୍ରଣରେ ରଖି ପାରି ନ ଥିଲେ କୌଣସି ଭାରତୀୟ ବୋଲର। ଷ୍ଟୋକ୍ସ ଓ ବେଆରଷ୍ଟୋ ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ି ଥିଲେ ୧୭୫ ରନ୍‌। ଶତକ ହାସଲ କରିଥିବା ବେଆରଷ୍ଟୋ(୧୨୪)ଙ୍କୁ ପ୍ରସିଦ୍ଧ କ୍ରିଷ୍ଣା ଓ ଶତକରୁ ୧ ରନ୍‌ ଦୂରରେ ଥିବା ଷ୍ଟୋକ୍ସ(୯୯)ଙ୍କୁ ଭୁବନେଶ୍ୱର କୁମାର ନେଇଥିଲେ। ହେଲେ ସେତେବେଳକୁ ଭାରତର ଜିତିବା ଆଶା ଆଉ ନ ଥିଲା। ଲିଆମ ଲିଭିଙ୍ଗଷ୍ଟୋନ ଓ ଦାଓ୍ବିଦ ମଲାନ ବାକି ରନ୍‌ କରି ଦଳକୁ ବିଜୟ ଭେଟି ଦେଇଥିଲେ। ଇଂଲଣ୍ଡ ୪୩.୨ ଓଭରରେ ୪ ଉଇକେଟ ହରାଇ ୩୩୮ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।

ପୂର୍ବରୁ ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଭାରତ ପୂରା ୫୦ ଓଭରରେ ୬ ଉଇକେଟ ହରାଇ ୩୩୬ ରନ୍‌ କରିଥିଲା। ଦଳ ପାଇଁ ଲୋକେଶ ରାହୁଲ ୧୦୮, ରିଷଭ ପନ୍ତ ୭୭ ଓ ଅଧିନାୟକ ବିରାଟ କୋହଲି ୬୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri