Posted inଜାତୀୟ

ପଦ୍ମଭୂଷଣ ସମ୍ମାନ ନେବାକୁ ମନା କଲେ ବୁଦ୍ଧଦେବ

କୋଲକତା,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କେନ୍ଦ୍ର ସରକାର ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। କିନ୍ତୁ ଏହାକୁ ସେ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାର ବିଷୟରେ ମୁଁ କିଛି ଜାଣେ ନାହିଁ ଏବଂ ମୋତେ ଏ ବିଷୟରେ କେହି କହି ନାହାଁନ୍ତି। ଯଦି ମୋତେ ପଦ୍ମ ଭୂଷଣ ପୁରସ୍କୃତ କରାଯାଇଛି, ମୁଁ ଏହାକୁ ପ୍ରତ୍ୟାଖ୍ୟାନ କରୁଛି। ଏ ସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ ବୁଦ୍ଧଦେବ ଭଟ୍ଟାଚାର୍ଜୀଙ୍କ ସହ ଯୋଗାଯୋଗ କରାଯାଇଛି। କିନ୍ତୁ ସେ ଅସୁସ୍ଥ ଥିଲେ ଏବଂ ପଦ୍ମ ଭୂଷଣ ବିଷୟରେ ତାଙ୍କ ସ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ସିପିଏମ ନେତା ସୀତାରାମ ୟେଚୁରୀ ମଧ୍ୟ ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ କରି କହିଛନ୍ତି, ସେ ଏହା ଠିକ କରିଛନ୍ତି, ସେ ଆଜାଦ ହେବାକୁ ଚାହୁଁଛନ୍ତି, ଗୁଲାମ ନୁହେଁ।
ବୁଦ୍ଧଦେବ ଭଟ୍ଟାଚାର୍ଜୀ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆର ପଲିଟିବ୍ୟୁରୋର ପୂର୍ବତନ ସଦସ୍ୟ ତଥା ୨୦୦୨ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ।


ସୂଚନାଯୋଗ୍ୟ ଯେ, ସାଧାରଣତନ୍ତ୍ର ଦିବସରେ ଭାରତ ସରକାର ବିଭିନ୍ନ କ୍ଷେତ୍ରରେ ଦେଶ ପାଇଁ ଗର୍ବ ଆଣିଥିବା ଲୋକଙ୍କୁ ସମ୍ମାନିତ କରନ୍ତି ।ଏଥିମଧ୍ୟରେ ପଦ୍ମଶ୍ରୀ, ପଦ୍ମ ଭୂଷଣ ଏବଂ ପଦ୍ମଭୂଷଣ ଅନ୍ତର୍ଭୁକ୍ତ।

जयराम रमेश का ट्वीट (Photo- Twitter Screen shot)


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri