ପରିଚୟପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପରିଚୟ ପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ। ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି।

ପରିଚୟପତ୍ର ନ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ କିଭଳି ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ, ସେଥିଲାଗି ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ବାସ୍ଥ୍ୟ ବିଭାଗ) ପ୍ରଦୀପ୍ତ ମହାପାତ୍ର। ଏନେଇ ସେ ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ ଉଲ୍ଲେଖ ଅଛି ଯେ, ଟିକା ପାଇଁ ପଞ୍ଜୀକରଣ କରିବାକୁ ହେଲେ ୭ଟି ପରିଚୟପତ୍ର ମଧ୍ୟରୁ ଗୋଟିଏ ଦେଖାଇବାକୁ ପଡୁଛି। ହେଲେ ରାଜ୍ୟରେ ଏମିତି ବହୁ ବର୍ଗର ଲୋକ ଅଛନ୍ତି, ଯେଉଁମାନଙ୍କ ନିକଟରେ ଏହି ପରିଚୟପତ୍ର ମଧ୍ୟରୁ କୌଣସିଟିଏ ବି ନାହିଁ। ବିଭିନ୍ନ ଧର୍ମର ସାଧୁ, ସନ୍ଥ, ଯାଯାବର ଜୀବନ ବିତାଉଥିବା ନିରାଶ୍ରୟ, ଭିକାରି, ମାନସିକ ଚିକିତ୍ସା ଅନୁଷ୍ଠାନ ଏବଂ ବୃଦ୍ଧାଶ୍ରମରେ ରହୁଥିବା ଅନ୍ତେବାସୀମାନଙ୍କୁ ଏହି ବର୍ଗରେ ତାଲିକାଭୁକ୍ତ କରାଯାଇଛି। ଏହି ବର୍ଗର ୧୮ ବର୍ଷରୁ ଅଧିକ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଟିକାକରଣ ପ୍ରକ୍ରିୟାରେ ସାମିଲ କରିବାକୁ ତ୍ୱରିତ ପଦକ୍ଷେପ ନେବାକୁ ଏସିଏସ୍‌ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri