ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ମନା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୧ : ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ଦେବା ମନା। ଏନେଇ ସତର୍କ ସୂଚନା ଜାରି ହୋଇଛି। କୋଭାକ୍ସିନ୍‌ ଟିକା ନିର୍ମାତା ଭାରତ ବାୟୋଟେକ ସ୍ପଷ୍ଟ କରିଛି ଯେ ଟିକା ନେବା ପରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ ପାଇଁ ପାରାସିଟାମଲ କିମ୍ବା ପେନ୍‌କିଲର ବ୍ୟବହାର କରାଯିବା ଉଚିତ ନୁହେଁ।

ହାଇଦ୍ରାବାଦ ଭିତ୍ତିକ କମ୍ପାନୀ ଭାରତ ବାୟୋଟେକ ଏକ ବିବୃତ୍ତି ଜାରି କରି କହିଛି ଯେ ଆମେ ଜାଣିବାକୁ ପାଉଛୁ ଯେ, କେତେକ ଟିକାଦାନ କେନ୍ଦ୍ରରେ ପିଲାମାନଙ୍କୁ କୋଭାକ୍ସିନ ଟିକା ନେବା ପରେ ପାରାସିଟାମଲ ୫୦୦ ମିଲିଗ୍ରାମ୍‌ର ୩ଟି ଟାବଲେଟ ପ୍ରଦାନ କରାଯାଉଛି।

ତେବେ କୋଭାକ୍ସିନ୍‌ ଟିକା ନେବା ପରେ ପାରାସିଟାମଲ ଥିବା ଔଷଧ ଅବା ପେନ୍‌କିଲର ସେବନ କରିବାକୁ ପରାମର୍ଶ ଦିଆଯାଇ ନ ଥାଏ।

୩୦,୦୦୦ ବ୍ୟକ୍ତିବିଶେଷଙ୍କ ଉପରେ ଏହାର କ୍ଲିନିକାଲ ପରୀକ୍ଷଣକୁ ଦର୍ଶାଇ ଭାରତ ବାୟୋଟେକ୍‌ କହିଛି ଯେ ପ୍ରାୟ ୧୦-୨୦ ପ୍ରତିଶତଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହୋଇଥାଏ। ସେଥିମଧ୍ୟରୁ ଅଧିକାଂଶ ସାମାନ୍ୟ। ଏହା ଗୋଟିଏ ଅବା ଦୁଇ ଦିନ ମଧ୍ୟରେ ଚାଲିଯାଏ। ଫଳରେ ଔଷଧର ଆବଶ୍ୟକତା ନଥାଏ। ଡାକ୍ତରଙ୍କ ପରାମର୍ଶ ପରେ ହିଁ ଔଷଧ ନେବାକୁ ପରାମର୍ଶ ଦିଆଯାଇଥାଏ।

ଅନ୍ୟ କିଛି କରୋନା ଟିକା ସହିତ ପାରାସିଟାମଲ ନେବାକୁ ପରାମର୍ଶ ଦିଆଯାଉଥିବାବେଳେ କୋଭାକ୍ସିନ କ୍ଷେତ୍ରରେ ଏଭଳି କରାଯାଇ ନ ଥାଏ ବୋଲି ଭାରତ ବାୟୋଟେକ୍‌ କହିଛି। ତେଣୁ ପିଲା ଟିକା ନେବା ପରେ କେତେକଙ୍କୁ ଜ୍ୱର ହେବାର ଆଶଙ୍କା ରହିଛି। ମାତ୍ର ସେମାନଙ୍କୁ ପାରାସିଟାମଲ ଅବା ପେନ୍‌କିଲର ସାଧାରଣ ଭାବେ ଦେବାର ଆବଶ୍ୟକତତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri