Posted inଜାତୀୟ

ଘରବାହୁଡ଼ା ଯୋଜନା ନାହିଁ: ଆଜାଦ

ନୂଆଦିଲ୍ଲୀ,୩୧ା୧୨: କଂଗ୍ରେସ ଛାଡ଼ି ନୂଆ ଦଳ ଗଢ଼ିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ପୁରୁଣା ଦଳକୁ ଫେରିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ତାଙ୍କୁ ଦଳକୁ ଫେରାଇ ଆଣିବା ଲାଗି କେତେଜଣ କଂଗ୍ରେସ ନେତା ପରଦା ଆଢ଼ୁଆଳରେ କାମ କରୁଥିବା କୁହାଯାଇଛି। ଦଳରେ ନେତୃତ୍ୱ ପରିବର୍ତ୍ତନ ଏବଂ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ଉଭୟ ଗୋଷ୍ଠୀଙ୍କୁ ସେମାନଙ୍କ ଆଭିମୁଖ୍ୟକୁ ନେଇ ପୁଣିଥରେ ଚିନ୍ତା କରିବାକୁ ବାଧ୍ୟ କରିଥିବା ଆଲୋଚନା ହେଉଛି। ତେବେ ଆଜାଦ କଂଗ୍ରେସ ଫେରିବା ଖବରକୁ ଖଣ୍ଡନ କରିଛନ୍ତି। ଘରବାହୁଡ଼ା ଯୋଜନା ନାହିଁ ବୋଲି ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ଆଜାଦ ପାର୍ଟି ମୁଖ୍ୟ ଶୁକ୍ରବାର କହିଛନ୍ତି। ତାଙ୍କ ଦଳରେ ଅନିଶ୍ଚିତତା ସୃଷ୍ଟି କରାଇ ଦଳୀୟ କ୍ୟାଡରମାନଙ୍କ ମନୋବଳ ଭାଙ୍ଗିବା ପାଇଁ କଂଗ୍ରେସର କେତେଜଣ ନେତା ଉଦ୍ୟମ ଚଳାଇଥିବା ସେ ଅଭିଯୋଗ କରିଛନ୍ତି। ସେ କୌଣସି କଂଗ୍ରେସ ନେତାଙ୍କ ସହ କଥା ହୋଇନାହାନ୍ତି କିମ୍ବା କେହି ତାଙ୍କୁ ଫୋନ୍‌ କରିନାହାନ୍ତି। ଗଣମାଧ୍ୟମରେ ଏଭଳି ମନଗଢ଼ା କାହାଣୀ ପ୍ରସାରକୁ ନେଇ ସେ ବିସ୍ମୟ ପ୍ରକାଶ କରିଛନ୍ତି। ସେ କଂଗ୍ରେସ ଛାଡ଼ିବା ବେଳେ ଇସ୍ତଫାପତ୍ରରେ ସବୁକିଛି କହିଦେଇଛନ୍ତି। ଏହା ପରେ ତାଙ୍କ ମାର୍ଗ ଅଲଗା। ତାଙ୍କୁ ବିଶ୍ୱାସ କରୁଥିବା ଲୋକଙ୍କର ସେବା କରିବାକୁ ସେ ଚାହାନ୍ତି ବୋଲି ଆଜାଦ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ଜମ୍ମୁ-କଶ୍ମୀରରେ ପ୍ରବେଶ କରିବା ପରେ ସେଥିରେ ଯୋଗଦେବେ କି ବୋଲି ପ୍ରଶ୍ନ ହେବାରୁ ସେଭଳି ଯୋଜନା ନାହିଁ ବୋଲି ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ଆଜାଦ ପାର୍ଟି ମୁଖ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri