ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍‌ସନ

ସାଲେପୁର,୨୧।୧୧(ଡି.ଏନ୍‌.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍‌ସନ୍‌ ମିଳିପାରି ନାହିଁ। ଏ ନେଇ ସମ୍ପୃକ୍ତ କର୍ମଚାରୀ ଜଣକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ନିରାଶ ହେବା ପରେ କୋର୍ଟର ଆଶ୍ରୟ ନେଇଥିଲେ। କୋର୍ଟ ଘଟଣାର ବିଚାର କରି ଶିକ୍ଷାକର୍ମୀଙ୍କୁ ଅବସରକାଳୀନ ବକେୟା ଅର୍ଥ ଓ ପେନ୍‌ସନ୍‌ ପ୍ରଦାନ କରିବାକୁ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୋର୍ଟର ଆଦେଶକୁ ଅବମାନନା କରି ଅଦ୍ୟାବଧି ସମ୍ପୃକ୍ତ ଶିକ୍ଷାକର୍ମୀଙ୍କୁ ତାଙ୍କର ପ୍ରାପ୍ୟ ପ୍ରଦାନ କରି ନ ଥିବା ଅଭିଯୋଗ ହୋଇଛି।
ଅଭିଯୋଗରୁ ପ୍ରକାଶ ଯେ, ସାଲେପୁର ବ୍ଲକ ଅନ୍ତର୍ଗତ ସପନପୁର ଗ୍ରାମର ରାଜାରାମ ସିଂହ କଟକ ଇମର୍ତ୍ତିଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରୁ ୧୯୯୦ରେ ଅବସର ଗ୍ରହଣ କରିଥିଲେ। ଅବସରକାଳୀନ ବକେୟା ଅର୍ଥ ଏବଂ ପେନ୍‌ସନ୍‌ ପାଇବା ପାଇଁ ସିଂହ ବାରମ୍ବାର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବାପରେ ୨୦୨୦ରେ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ଡବ୍ଲ୍ୟୁପିସି ୩୬୧୪୫/୨୦୨୦ର ବିଚାର କରି ୨୦୨୧ ଜାନୁୟାରୀ ୨୫ରେ ସିଂହଙ୍କୁ ୩ମାସ ମଧ୍ୟରେ ତାଙ୍କର ପ୍ରାପ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୩ ମାସରୁ ଉର୍ଦ୍ଧ୍ୱ ସମୟ ବିତିଯିବା ପରେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ପୁନର୍ବାର ସେ କୋର୍ଟର ଦ୍ୱାରସ୍ଥ ହେବାରୁ ସଂପୃକ୍ତ କର୍ମଚାରୀଙ୍କୁ ୧ମାସ ମଧ୍ୟରେ ତାଙ୍କର ପ୍ରାପ୍ୟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଗଣଶିକ୍ଷା ବିଭାଗ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରିନାହିଁ। ତେଣୁ କୋର୍ଟ ଆଦେଶକୁ ଗଣଶିକ୍ଷା ବିଭାଗ ଅବମାନନା କରିଥିବା ନେଇ ସିଂହ ପୁନଶ୍ଚ ଏକ ମାମଲା ରୁଜୁ କରିଥିବା ଜଣାଯାଇଛି। ଅପରପକ୍ଷରେ ଅର୍ଥ ଅଭାବରୁ ଠିକ୍‌ ଭାବେ ଚିକିତ୍ସା ହୋଇ ନ ପାରି ତାଙ୍କ ସ୍ତ୍ରୀ ଏବଂ ପୁଅ ୨୦୨୧ ଜୁନ୍‌ ମାସରେ ମୃତ୍ୟୁବରଣ କରିଛନ୍ତି। ସଂପୃକ୍ତ କର୍ମଚାରୀ ଏବେ ବାର୍ଦ୍ଧକ୍ୟ ଅବସ୍ଥାରେ ବହୁ ଦୁଃଖ କଷ୍ଟରେ କାଳାତିପାତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ଗଣଶିକ୍ଷା ମନ୍ତ୍ରୀ ଏ ଦିଗରେ ଦୃଷ୍ଟି ଦେଇ ତାଙ୍କର ଅବସରକାଳୀନ ବକେୟା ଅର୍ଥ ଓ ପେନ୍‌ସନ୍‌ ତୁରନ୍ତ ପ୍ରଦାନ କରିବାକୁ ସିଂହ ଆକୁଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?