ରାଜ୍ୟରେ ନାହି ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର: ୨୧,୦୩୦ ଚାଲିଛି ଭଡ଼ାରେ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ମୋଟ୍‌ ୭୪ ହଜାର ୨୨୪ଟି ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟରତ। ସେଥିମଧ୍ୟରୁ ୫୩ ହଜାର ୧୯୪ଟି କେନ୍ଦ୍ରର ନିଜସ୍ବ ଗୃହ ଅଛି। ୨୧ ହଜାର ୦୩୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ବର୍ତ୍ତମାନ ଭଡ଼ାଘରେ ଚାଲିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଭଡ଼ାଗୃହରେ ଚାଲୁଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକର ଭଡ଼ା ବାବଦକୁ ୮୧୮.୧୬ ଲକ୍ଷ ଟଙ୍କା ମଞ୍ଜୁରୀ ଦିଆଯାଇଥିଲା। ୨୦୨୫-୨୬ ଆର୍ଥିକ ବର୍ଷରେ ଅଙ୍ଗନଓ୍ବାଡିଗୁଡିକ ଭଡ଼ା ବାବଦକୁ ୧୫୮୪ .୨୩ ଲକ୍ଷ ଟଙ୍କା ଅନୁମୋଦନ ଦିଆଯାଇଛି। ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତର ଖର୍ଚ୍ଚ ପାଇଁ ୭୮୬.୧୨ ଲକ୍ଷ ଟଙ୍କା ମଞ୍ଜୁରୀ ଦିଆଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। କଂଗ୍ରେସ ସଦସ୍ୟ ପବିତ୍ର ସାଉଁନ୍ତାଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ୨୩,୪୬୦ଟି ଅଙ୍ଗନଓ୍ବାଡି କେନ୍ଦ୍ରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ସୁବିଧା ଦିଆଯାଇଛି। ୩୭,୨୩୨ଟି କେନ୍ଦ୍ରରେ ଟଏଲଟ ସୁବିଧା ଅଛି। ୫୨,୫୯୦ଟି କେନ୍ଦ୍ରରେ ରୋଷେଇଘର ସୁବିଧା ଅଛି। ୧୨,୧୪୦ ଅଙ୍ଗନଓ୍ବାଡି କେନ୍ଦ୍ରକୁ ସକ୍ଷମ କେନ୍ଦ୍ର ଭାବେ ଉନ୍ନୀତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୭,୨୮୪ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri