ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଏବଂ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣି କରି ପୁରୀ ପୌରସଂସ୍ଥାକୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ମଧ୍ୟ ହାଇକୋର୍ଟ ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି।
ମାମଲାର ବିବରଣୀ ଅନୁସାରେ, ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ଅସ୍ଥାୟୀ ଷ୍ଟଲ୍‌ ଖୋଲିବା ଲାଗି ଏକ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏହାକୁ ଚାଲେଞ୍ଜ କରି ଆବେଦନକାରୀ ରଜତ କୁମାର ସାହୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ପୁରୀକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ଜାତୀୟ ରାଜପଥ ଭାବେ ଘୋଷଣା କରାଯାଇଥିବାରୁ ଏହା ପାର୍ଶ୍ୱରେ କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅନୁମତି ଆବଶ୍ୟକ ପଡ଼ିପାରେ। ରାଜପଥ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ କୌଣସି ଅସ୍ଥାୟୀ ନିର୍ମାଣ ବା ବ୍ୟବସାୟିକ ଷ୍ଟଲ ଖୋଲାଯାଇପାରିବ ନାହିଁ ବୋଲି ନିୟମ ରହିଥିବା ଆବେଦନକାରୀ ପିଟିଶନ୍‌ରେ ଦର୍ଶାଇଥିଲେ। ତେବେ ମାମଲାରେ ପକ୍ଷ ରଖିବାକୁ ଯାଇ ପୁରୀ ପୌରସଂସ୍ଥା ପକ୍ଷରୁ ମଙ୍ଗଳବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। କୌଣସି ପ୍ରକାର ଅସ୍ଥାୟୀ ଷ୍ଟଲ ବା ନିର୍ମାଣ କରାଯିବ ନାହିଁ ବୋଲି ସତ୍ୟପାଠରେ ଦର୍ଶାଯାଇଥିଲା। ହାଇକୋର୍ଟ ଉକ୍ତ ସତ୍ୟପାଠକୁ ଗ୍ରହଣ କରି ଉପରୋକ୍ତ ଆଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri